ଓଡ଼ିଶାରେ ଗଡୁଛି ୨.୧୯ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍‌ ଯାନ: ଭୁବନେଶ୍ୱରରେ ୧୨ଟି ଚାର୍ଜିଂ ଷ୍ଟେସନ୍

ଭୁବନେଶ୍ୱର,୪ା୧୨: ଓଡ଼ିଶାରେ ଏପର୍ଯ୍ୟନ୍ତ ୨.୧୯ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍‌ ଯାନ (EV) ପଞ୍ଜୀକୃତ ହୋଇ ରାସ୍ତାରେ ଚାଲୁଛି। ଗୁରୁବାର ବିଧାନସଭାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ସୂଚନା ଦେଇଛନ୍ତି।

ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଇଲେକ୍ଟ୍ରିକ୍‌ ଯାନ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ବିଭିନ୍ନ ବର୍ଗରେ ମୋଟ ୩୪୦.୯୫ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି।
ବିଭିନ୍ନ ସରକାରୀ ବିଭାଗ ଓ ଏଜେନ୍ସି ଏପର୍ଯ୍ୟନ୍ତ ୬୮୦ଟି ଇଲେକ୍ଟ୍ରିକ୍‌ ଯାନ କିଣିଛନ୍ତି। ବର୍ତ୍ତମାନ ଭୁବନେଶ୍ୱରରେ ୧୨ଟି ଇଲେକ୍ଟ୍ରିକ୍‌ ଯାନ ଚାର୍ଜିଂ ଷ୍ଟେସନ୍‌ କାର୍ଯ୍ୟକ୍ଷମ ରହିଛି।

ନୂତନ ଇଲେକ୍ଟ୍ରିକ୍‌ ଯାନ ନୀତିକୁ ସରକାରୀ ଅନୁମୋଦନ ମିଳିବା ପରେ ଅତିରିକ୍ତ ସୁବିଧା ଘୋଷଣା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ସେପ୍ଟେମ୍ବରରେ ଜାରି ହୋଇଥିବା ଖସଡ଼ା ଓଡ଼ିଶା ଇଲେକ୍ଟ୍ରିକ୍‌ ଯାନ (EV) ନୀତି-୨୦୨୫ ଅନୁଯାୟୀ, ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟରେ ଥିବା ସମସ୍ତ ଗାଡ଼ିକୁ ୬ ମାସ ମଧ୍ୟରେ EVରେ ପରିବର୍ତ୍ତନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହା ସହିତ ୧୨ ମାସ ମଧ୍ୟରେ ସ୍କୁଲ୍‌, ଶିକ୍ଷାନୁଷ୍ଠାନ, ଆମ୍ବୁଲାନ୍ସ ଏବଂ ପିସିଆର୍ ଭ୍ୟାନ୍‌କୁ ମଧ୍ୟ ଇଲେକ୍ଟ୍ରିକ୍‌ ଯାନରେ ରୂପାନ୍ତରିତ କରାଯିବ।

ନୂଆ ନୀତିରେ ପରିବହନ କ୍ଷେତ୍ରରେ ବ୍ୟବହୃତ EV ଗାଡ଼ିଗୁଡ଼ିକ ପାଇଁ ବଡ଼ ଧରଣର ପ୍ରୋତ୍ସାହନ ରାଶି ରଖାଯାଇଛି, ଯେପରିକି ଟ୍ରାନ୍ସପୋର୍ଟ ପାଇଁ ବ୍ୟବହୃତ ଇଲେକ୍ଟ୍ରିକ୍‌ କାର୍‌ ଉପରେ ଏକକାଳୀନ ୨ ଲକ୍ଷ ଟଙ୍କା।

ସାମ୍ବାଦିକମାନଙ୍କ ପାଇଁ ପେନସନ୍‌ ବ୍ୟବସ୍ଥା ଲାଗୁ କରିବା ପ୍ରସ୍ତାବ ଓଡ଼ିଶା ସରକାରଙ୍କ ବିଚାରାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଭିନ୍ନ ସଂଗଠନ ପକ୍ଷରୁ ଏହି ଦାବି ହୋଇଛି ଏବଂ ପ୍ରସ୍ତାବ ଉପରେ ବିଚାର ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri