Posted inଜାତୀୟ

ୟୁପି ଭୋଟର ତାଲିକାରେ ବଡ଼ ପରିବର୍ତ୍ତନ: କଟିଗଲା ୨.୮୯ କୋଟି ଜଣଙ୍କ ନାମ

ଲକ୍ଷ୍ନୌ,୬।୧: ଉତ୍ତରପ୍ରଦେଶରେ କଟିଗଲା ୨.୮୯ କୋଟି ଭୋଟରଙ୍କ ନାମ। ନିର୍ବାଚନ କମିଶନରଙ୍କ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ (SIR) ପ୍ରକ୍ରିୟା ପରେ ଏସବୁ ନାମ କାଟି ଦିଆଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ବ୍ୟାପକ ଯାଞ୍ଚ ପରେ ଭୋଟରଙ୍କ ସଂଖ୍ୟା ପ୍ରାୟ ୧୫ କୋଟିରୁ ହ୍ରାସ ପାଇ ଏବେ ୧୨ କୋଟିରେ ପହଞ୍ଚିଛି।

ଭୋଟର ତାଲିକାରୁ ନାମ କଟାଯିବାର ମୁଖ୍ୟ କାରଣ ହେଉଛି, ପ୍ରାୟ ୪୬.୨୩ ଲକ୍ଷ ଭୋଟରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସେହିପରି ପ୍ରାୟ ୨.୧୭ କୋଟି ଭୋଟର ସେମାନଙ୍କ ପୂର୍ବ ଠିକଣା ଛାଡ଼ି ଅନ୍ୟତ୍ର ଚାଲିଯାଇଛନ୍ତି, ପ୍ରାୟ ୨୫.୪୭ ଲକ୍ଷ ଲୋକଙ୍କ ନାମ ଏକାଧିକ ସ୍ଥାନରେ ପଞ୍ଜୀକୃତ ହୋଇଥିବା ଜଣାପଡ଼ିଛି।

ଏହି ଯାଞ୍ଚ ପ୍ରକ୍ରିୟାରେ ପ୍ରାୟ ୮୧ ପ୍ରତିଶତ ଭୋଟର ସେମାନଙ୍କ ଫର୍ମ ସଠିକ୍ ଭାବେ ଦାଖଲ କରିଥିବା ବେଳେ ୧୮ ପ୍ରତିଶତ ଭୋଟରଙ୍କ ତଥ୍ୟ ମିଳିନଥିଲା। ଦେଶର ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଉତ୍ତରପ୍ରଦେଶରେ ସର୍ବାଧିକ (୧୮.୭%) ନାମ କଟାଯାଇଛି।

ତେବେ ଯଦି କୌଣସି ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ୍ ପଡ଼ିଛି, ତେବେ ସେମାନେ ଫେବୃଆରୀ ୬ ତାରିଖ ମଧ୍ୟରେ ନିଜର ଆପତ୍ତି କିମ୍ବା ନୂତନ ପଞ୍ଜୀକରଣ ପାଇଁ ଆବେଦନ କରିପାରିବେ। ସମସ୍ତ ଯାଞ୍ଚ ଓ ସଂଶୋଧନ ପରେ ମାର୍ଚ୍ଚ ୬ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri