Posted inଜାତୀୟ

ଆନ୍ଧ୍ର ପ୍ରଦେଶର ଏଲୁରୁରେ ଅଜଣା ରୋଗ: ମେଡିକାଲରେ ୨୦୦ ଭର୍ତ୍ତି

ଏଲୁରୁ,୬।୧୨: ଆନ୍ଧ୍ର ପ୍ରଦେଶର ପଶ୍ଚିମ ଗୋଦାବରି ଜିଲା ଇଲୁରୁ ଟାଉନର ଏକ ଭିନ୍ନ ଅଞ୍ଚଳର ବାସୀନ୍ଦାଙ୍କଠାରେ ଏକ ଅଜଣା ରୋଗର ଲକ୍ଷଣ ଦେଖାଯାଉଛି। ଏହା ଉପରେ ନଜର ରଖିଛନ୍ତି ସ୍ବାସ୍ଥ୍ୟ ଓ ମେଡିକାଲ ବିଶେଷଜ୍ଞମାନେ। ମିଳିଥିବା ସୂଚନା ମୁତାବକ, ଅଜଣା ରୋଗରେ ପୀଡ଼ିତ ହୋଇ ୨୨୮ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନେ କୌଣସି ପ୍ରକାର ଜନ ସମାବେଶରେ ଏକତ୍ରିତ ହୋଇ ନ ଥିଲେ।

୭୦ ରୋଗୀଙ୍କୁ ଡିସ୍‌ଚାର୍ଜ କରାଯାଇଥିବାବେଳେ ୭୬ ମହିଳା ଓ ୪୬ ଶିଶୁଙ୍କ ଚିକିତ୍ସା ଚାଲିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏହି ଅଜଣା ରୋଗରେ ମୁଖ୍ୟତଃ ବୟସ୍କ ନ ହେଲେ ଶିଶୁମାନେ ଆକ୍ରନ୍ତ ହୋଇଛନ୍ତି। ସ୍ବତନ୍ତ୍ର ମେଡିକାଲ ଦଳ ଇଲୁରୁ ଗସ୍ତ କରି ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ସେମାନଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ମାତ୍ର ସମସ୍ତ ରିପୋର୍ଟ ନେଗେଟିଭ ଆସିଛି। ଜଣେ ୬ ବର୍ଷୀୟା ଝିଅର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବିଜୟଓ୍ବାଡା ମେଡିକାଲକୁ ପଠାଯାଇଛି।

ସମସ୍ତ ରୋଗୀଙ୍କ କୋଭିଡ୍‌-୧୯ ଟେଷ୍ଟ କରାଯାଇଥିଲା। ଆଉ ରିପୋର୍ଟ ନେଗେଟିଭ ଆସିଛି। ଏଭଳି ଜରୁରୀକାଳୀନ ପରିସ୍ଥିତି ପାଇଁ ଏଲୁରୁଠାରେ ୧୫୦ ବେଡ୍‌ ଓ ବିଜୟଓ୍ବାଡାଠାରେ ୫୦ ବେଡ୍‌ ରଖାଯାଇଛି ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ଆଲା।


Enter your email to get our daily news in your inbox.

All Right Reserved By Dharitri.Com

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri