ବିକାଶର ବାହାନାରେ ଗଛ କଟା: ଗତ ୨୫ ବର୍ଷରେ ଓଡ଼ିଶାରେ କଟା ହୋଇଛି ୨୬ ଲକ୍ଷରୁ ଅଧିକ ଗଛ

ଭୁବନେଶ୍ୱର,୧୦।୯: ୨୦୦୦ ରୁ ୨୦୨୩ ମଧ୍ୟରେ ଓଡ଼ିଶାରେ ବିଭିନ୍ନ ପ୍ରକଳ୍ପ ପାଇଁ ୨୬ ଲକ୍ଷରୁ ଅଧିକ ଗଛ କଟାଯାଇଛି। ମଙ୍ଗଳବାର ଜଙ୍ଗଲ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାୟକ ପ୍ରସାନ୍ତ କୁମାର ଜଗଦେବଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହି ସୂଚନା ଦେଇଛନ୍ତି।

୪୮୨ ଟି ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ୨୦୦୦ ରୁ ୨୦୨୩ ମଧ୍ୟରେ ଜଙ୍ଗଲ ଜମିରୁ ମୋଟ ୨୬,୭୫,୧୯୧ ଗଛ କଟାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବିଦ୍ୟୁତ୍ ସେବା ଯୋଗାଇବା ଏବଂ ଖଣି କାର୍ୟ୍ୟ କରିବା ପାଇଁ ରାଜ୍ୟରେ ସର୍ବାଧିକ ପରିମାଣର ଗଛ କଟାଯାଇଥିବା ଜଣାପଡିଛି।

ତଥ୍ୟ ଅନୁଯାୟୀ ଖଣି କାର୍ଯ୍ୟ ପାଇଁ ୯,୬୪,୦୬୩ ଗଛ, ରାସ୍ତା ପାଇଁ ୫,୯୯,୬୯୦ ଗଛ, ଜଳସେଚନ ପାଇଁ ୪,୮୯,୪୨୩ ଗଛ, ରେଳ ଲାଇନ ପାଇଁ ୮୨,୦୭୬ ଗଛ, ବିଦ୍ୟୁତ୍ ଯୋଗାଣ ପାଇଁ ୧,୩୯,୪୩୯ ଗଛ, ଶିଳ୍ପ ପାଇଁ ୩,୦୦,୭୫୯ ଗଛ ଏବଂ ୯୯,୭୪୧ ଗଛ କଟାଯାଇଛି।

ରାଜ୍ୟରେ ଏତେ ମାତ୍ରାରେ ଗଛ କଟାକୁ ନେଇ ବ୍ୟକ୍ତ କରିଛନ୍ତି ପରିବେଶ ବିଶେଷଜ୍ଞ। ବିକାଶର ବାହାନାରେ ଗଛ କାଟି ଆମେ ନିଜକୁ ନଷ୍ଟ କରୁଛୁ ବୋଲି ପରିବେଶବିତମାନେ କହିଛନ୍ତି। “ବିଶ୍ୱ ତାପମାତ୍ରା ଏବଂ ଜଳବାୟୁ ପରିବର୍ତ୍ତନ ଉପରେ ଗଛ କାଟିବାର ପ୍ରଭାବ ଆମେ ସମସ୍ତେ ଜାଣୁ। ସୁସ୍ଥ ଜୀବନଯାପନ କରିବା ପାଇଁ ଆମ ପରିବେଶକୁ ସୁଦୃଢ କରିବା ପାଇଁ ଏହା ଆମକୁ ହୃଦୟଙ୍ଗମ କରିବା ଏବଂ ଆମ ଚାରିପାଖରେ ସବୁଜ ଆବରଣ ବିସ୍ତାର କରିବା ଉଚିତ୍।”


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri