ରାଜ୍ୟରେ ୩ କୋଟି ୨୩ ଲକ୍ଷରୁ ଉର୍ଦ୍ଧ୍ୱ ଭୋଟର

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟର ୧୪୬ ବିଧାନସଭା ନିର୍ବାଚନମଣ୍ଡଳୀରେ ଚୂଡ଼ାନ୍ତ ଫଟୋ ଭୋଟର ତାଲିକା ଗୁରୁବାର ପ୍ରକାଶ କରାଯାଇଛି। ୫୮ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଉପଜିଲାପାଳଙ୍କ କାର୍ଯ୍ୟାଳୟ, ୩୦ ଜିଲାର ନିର୍ବାଚନ ଅଧିକାରୀ ତଥା ଜିଲାପାଳଙ୍କ କାର୍ଯ୍ୟାଳୟ, ରାଜ୍ୟର ସମସ୍ତ ବୁଥ୍‌ ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ୱେବ୍‌ସାଇଟ୍‌ରେ ଫଟୋ ଭୋଟର ତାଲିକା ପ୍ରକାଶ କରାଯାଇଛି। ୨୦୨୩ ଚୂଡ଼ାନ୍ତ ଫଟୋ ଭୋଟର ତାଲିକା ଅନୁଯାୟୀ ରାଜ୍ୟରେ ସର୍ବମୋଟ ୩ କୋଟି ୨୩ ଲକ୍ଷ ୪୯ ହଜାର ୩୪୧ ଭୋଟର ଅଛନ୍ତି। ସେଥିମଧ୍ୟରୁ ୧,୬୪,୯୬,୧୫୩ ଜଣ ପୁରୁଷ ଭୋଟର ହୋଇଥିବାବେଳେ ୧,୫୮,୪୯,୯୬୬ ଜଣ ମହିଳା ଏବଂ ୩୨୨୨ ତୃତୀୟଲିଙ୍ଗ ଭୋଟର ରହିଛନ୍ତି। ଏତଦ୍‌ବ୍ୟତୀତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ମଧ୍ୟରେ ୧୭ ବର୍ଷରୁ ଊର୍ଦ୍ଧ୍ୱ ୭୮,୨୬୦ ଜଣ ଯୁବ ଭୋଟରଙ୍କ ଆଗୁଆ ଦରଖାସ୍ତ ଗ୍ରହଣ କରାଯାଇଛି ଏବଂ ପରବର୍ତ୍ତୀ ଯୋଗ୍ୟତା ସୂଚକ ତାରିଖରେ ସେମାନଙ୍କ ନାମ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହେବ ା ବରଗଡ଼ ଜିଲା ପଦ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହୋଇଥିବାରୁ ସେଠାରେ ବର୍ତ୍ତମାନ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟ ଚାଲୁରହିଛି। ଫଟୋ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହୋଇଥିବା ଭୋଟରଙ୍କ ଫଟୋ ପରିଚୟପତ୍ର ସ୍ପିଡ୍‌ ପୋଷ୍ଟ ଯୋଗେ ଘର ଠିକଣାରେ ମାଗଣାରେ ପହଞ୍ଚାଇ ଦିଆଯିବ। ଦୁର୍ବଳ ଶ୍ରେଣୀର ଆଦିବାସୀମାନେ ବସବାସ କରୁଥିବା ଜିଲାଗୁଡ଼ିକରେ ୨୨୭ଟି ସ୍ବତନ୍ତ୍ର ପ୍ରଚାର ଅଭିଯାନ କରାଯାଇ ଯୋଗ୍ୟ ଭୋଟରମାନଙ୍କୁ ତାଲିକାଭୁକ୍ତ କରାଯାଇଛି। ୨୦୨୩ର ଚିଠା ଭୋଟର ତାଲିକାରେ ରାଜ୍ୟର ଲିଙ୍ଗ ଅନୁପାତ ୯୫୯ ଜଣରୁ ଚୂଡ଼ାନ୍ତ ଫଟୋ ଭୋଟର ତାଲିକାରେ ୯୬୧କୁ ବୃଦ୍ଧି ପାଇଛି। ସେହିପରି ୨୦୨୩ ଫଟୋ ଭୋଟର ତାଲିକା ଅନୁସାରେ ୧୮-୧୯ ବର୍ଷର ଭୋଟରଙ୍କ ସଂଖ୍ୟା ୨,୧୦,୨୬୮ରୁ ୪,୪୬,୭୭୯କୁ ବୃଦ୍ଧି ପାଇଛି। ୨୦୨୨ ତାଲିକାରେ ୯୯.୭୪% ଫଟୋ ଭୋଟର ଥିବାବେଳେ ୨୦୨୩ ଚୂଡ଼ାନ୍ତ ତାଲିକାରେ ୯୯.୯୯% ଫଟୋ ଭୋଟର ଅଛନ୍ତି। ସେହିପରି ୨୦୨୩ର ଭୋଟର ଫଟୋ ପରିଚୟ ପତ୍ରଧାରୀଙ୍କ ସଂଖ୍ୟା ଶତକଡ଼ା ୯୯.୯୯କୁ ବୃଦ୍ଧି ପାଇଛି। ୨୦୨୨ଚିଠା ଭୋଟର ତାଲିକାରେ ୪୯,୮୯୭ ଜଣ ସର୍ଭିସ୍‌ ଭୋଟର ଥିବାବେଳେ ୨୦୨୩ର ଚୂଡ଼ାନ୍ତ ଭୋଟର ତାଲିକାରେ ଏହା ବୃଦ୍ଧି ପାଇ ୪୯,୯୧୯ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?