Odisha Elections 2024
Posted inଖେଳ

ଅଂଶଗ୍ରହଣ କଲେ ୩୦୦ରୁ ଊର୍ଦ୍ଧ୍ୱ ଯୁବ ସନ୍ତରଣକାରୀ

ଭୁବନେଶ୍ୱର, ୪ା୧୨ (ବିଜୟ ରଣା): କିସ୍‌, ଗ୍ଲେନମାର୍କ ଆକ୍ୱାଟିକ୍‌ ଓ କିଟ୍‌ର ମିଳିତ ଆନୁକୂଲ୍ୟରେ ରବିବାର କିଟ୍‌ ପରିସରରେ ରହିଥିବା ୬ଟି ସୁଇମିଂ ପୁଲ୍‌ରେ ଆଇସୁଇମ ଜୁନିୟର ସୁଇମ୍‌ ମିଟ୍‌ ଅନୁଷ୍ଠିତ ହୋଇଯାଇଛି। ଇଭେଣ୍ଟରେ ୩୦୦ରୁ ଊର୍ଦ୍ଧ୍ୱ ଉତ୍ସାହୀ ଯୁବ ସନ୍ତରଣକାରୀ ଭାଗ ନେଇ ଇଭେଣ୍ଟକୁ ସଫଳ କରିଥିଲେ। ଯୁବ ସନ୍ତରଣକାରୀମାନେ ୩୦ ପୃଥକ୍‌ ପୃଥକ୍‌ ଇଭେଣ୍ଟରେ ଭାଗ ନେଇଥିଲେ। ସମଗ୍ର ରାଜ୍ୟର ୬ରୁ ଅଧିକ କ୍ଲବ ମଧ୍ୟ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ ଇଭେଣ୍ଟର ସଫଳତାକୁ ନେଇ ଆନନ୍ଦ ପ୍ରକାଶ କରିବା ସହ ଯୁବ ସନ୍ତରଣକାରୀଙ୍କ ଶକ୍ତି ଓ ଉତ୍ସାହ ତାଙ୍କୁ ଅଭିଭୂତ କରିଛି ବୋଲି କହିଥିଲେ। ଏଭଳି ପ୍ରତିଯୋଗିତା ସୁସ୍ଥ ଜୀବନଶୈଳୀ ବ୍ୟତୀତ ଶୃଙ୍ଖଳା ଓ ପ୍ରତିଯୋଗିତାର ଭାବନା ସୃଷ୍ଟି କରିବ। ଗ୍ଲେନମାର୍କ ଆକ୍ୱାଟିକ୍‌ ଫାଉଣ୍ଡେଶନର ପ୍ରତିଷ୍ଠାତା ନେହା ସଲଦାନହା କହିଛନ୍ତି, ଆଇ ସୁଇମ୍‌ କେବଳ ଏକ ସୁଇମ୍‌ ମିଟ୍‌ ନୁହେଁ ବରଂ ସନ୍ତରଣ କ୍ରୀଡ଼ାର ପ୍ରସାର ଏବଂ ଯୁବ ପ୍ରତିଭାଙ୍କୁ ଉତ୍ସାହିତ କରିବାରେ ସହାୟକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସନରାଇଜର୍ସ ହାଇଦ୍ରାବାଦକୁ ପ୍ଲେଅଫରେ ପହଞ୍ଚାଇଲା ବର୍ଷା, ଗୁଜରାଟ ଟାଇଟାନ୍ସ ବିରୋଧରେ ମ୍ୟାଚ ରଦ୍ଦ

ହାଇଦ୍ରାବାଦ,୧୬।୫: ଆଇପିଏଲ ୨୦୨୪ ର ୬୬ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଗୁଜୁରାଟ ଟାଇଟାନ୍ସକୁ ସାମ୍ନା କରିଥିଲା। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ...

ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ।...

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା...

ଏହି କ୍ରିକେଟର୍‌ଙ୍କୁ ପ୍ରପୋଜ୍‌ କଲେ ରିଙ୍କୁ ସିଂ, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ପ୍ଲେ ଅଫ ପହଞ୍ଚିବାରେ ପ୍ରଥମ ଦଳ ହୋଇଛି। କେକେଆର୍‌ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୧୩ଟି...

କୋହଲିଙ୍କ ପାଇଁ ଏମିତି କହିଦେଲେ ବିଶ୍ୱର ସବୁଠୁ ଦ୍ରୁତତମ ଧାବକ

ନୂଆଦିଲ୍ଲୀ,୧୬।୫: ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବ। ଏଥି ସହିତ ବିଶ୍ୱ ପ୍ରସିଦ୍ଧ...

ଚାହିଁଲେ ବି ପୁଣି ଥରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ହୋଇପାରିବେ ନାହିଁ ରବି ଶାସ୍ତ୍ରୀ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।୫: ଟି୨୦ ବିଶ୍ୱକପ୍‌ ୨୦୨୪ ଶେଷ ହେବା ପରେ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବ। କାରଣ ଜୁନ୍‌ ୨୯ ପରେ ବର୍ତ୍ତମାନର ମୁଖ୍ୟ କୋଚ୍‌...

ହୋଷ୍ଟ ଭାବେ ନୂଆ ଇନିଂସ ଆରମ୍ଭ କରିବେ ଧାଓ୍ବନ୍‌, କଲେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟର ଶିଖର ଧାଓ୍ବନ୍‌ ଆସନ୍ତା ୨୦ରେ ନୂଆ ଚାଟ୍‌ ଶୋ’ ସହ ହୋଷ୍ଟ ଭାବେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହାର ନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri