Posted inଜାତୀୟ

୩ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୮।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୩ ଶହ ଉପରେ ରହିଛି। ଏହା ୩୨୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୬୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ଉପରେ ରହିଛି। ଏହା ୩ ହଜାର ୭୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୯୭୦ ଥିଲା। ସେହିପରି ୨୪ ଘଣ୍ଟାରେ ୨୨୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୯୭ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୮ ହଜାର ୬୯୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୪ ହଜାର ୮୪୨ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଶେଷ ହେବ ଯୁଦ୍ଧ! ନିଜ ଦେଶ ସହ ୟୁରୋପରେ ଇରାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କୁ କରାଗଲାଣି ଘୋର ବିରୋଧ

ଓ୍ବାଶିଂଟନ,୨୯।୩: ଗତ ୩୦ ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଚାଲିଛି। ସମଗ୍ର ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବୁଡ଼ି ରହିଛି। ସାରା ବିଶ୍ୱରେ ଉତ୍ତେଜନାର ବାତାବରଣ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri