ମୁଖ୍ୟ ସ୍ରୋତକୁ ଫେରିଲେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ: ପୋଡ଼ିଲେ ଡ୍ରେସ୍‌

ଚିତ୍ରକୋଣ୍ଡା,୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଲାଉଗୁଡ଼ାଠାରେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ଶନିବାର ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି। ଏପରି କି ଅଗଷ୍ଟ ୨୨ରେ ଗୁରୁପ୍ରିୟାଠାରେ ୧୮୦ ଶିମିଳିଆ ଏବଂ ୫୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ମୁଖ୍ୟ ସ୍ରୋତରେ ସାମିଲ ହୋଇଥିଲେ।
ଶନିବାର ସ୍ବତନ୍ତ୍ର ଜନସମ୍ପର୍କ କାର୍ଯ୍ୟକ୍ରମରେ ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ଓ ପାପରମେଟେଲା ପଞ୍ଚାୟତ ଅଞ୍ଚଳର ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ଦକ୍ଷିଣାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ, ମାଲକାନଗିରି ଏସ୍‌ପି ନୀତୀଶ ୱାଡୱାନି, ଚିତ୍ରକୋଣ୍ଡା ଏସ୍‌ଡିପିଓ ଆରସେଲ୍‌ କିସପୋଟା, ପୋଲିସ ଅଧିକାରୀ ଲକ୍ଷ୍ମୀ ନାରାୟଣ ମୁଦୁଲି, ଯୋଡ଼ାମ୍ବ ଥାନା ଅଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡି ଏବଂ ପାପରମେଟେଲା ଥାନାଧିକାରୀ ରଜନୀକାନ୍ତ ଦୀପଙ୍କ ଉପସ୍ଥିତିରେ ଘରବାହୁଡ଼ା ନିମନ୍ତେ ମାଓବାଦୀଙ୍କ ହାତ ଛାଡ଼ି ସରକାର, ଓଡ଼ିଶା ପୋଲିସର ବିଶ୍ୱାସଭାଜନ ହୋଇ ହାତ ଧରାଧରି ହୋଇ ଶପଥପାଠ କରିବା ସହିତ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ l ପରେ ମାଓବାଦୀଙ୍କ କୁଶ ପୁତ୍ତଳିକା ଦାହ କରି ମାଓବାଦୀ ଡ୍ରେସ ମଧ୍ୟ ପୋଡ଼ିଥିଲେ। ଏଥିସହ ଓଡ଼ିଶା ପୋଲିସ ପକ୍ଷରୁ ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ସମସ୍ତଙ୍କୁ ନୂତନ ବସ୍ତ୍ର, ଖେଳ ସାମଗ୍ରୀ ଏବଂ ଉପକରଣ ପ୍ରଦାନ କରାଯାଇଥିଲା l କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିକାଶମୂଳକ କାମରେ ଆକୃଷ୍ଟ ହୋଇ ସାମାଜିକ ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri