୫୦ ଦିନରେ ୫ କୋଟିରୁ ଅଧିକ କାରବାର: ମୁଖ୍ୟ ଆକର୍ଷଣ ବୟନିକାର କ୍ଲିୟରାନ୍ସ ସେଲ୍‌

ଭୁବନେଶ୍ୱର, ୨୨ା୭(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନ (ମେଳା)’ର କାରବାର ବେଶ୍‌ ଉତ୍ସାହଜନକ ରହିଛି। ଏପରିକି ଜୁନ୍‌ ୧ରୁ ଆରମ୍ଭ ହୋଇଥିବା ଏହି ମେଳା ଏହାରି ମଧ୍ୟରେ ୫୦ ଦିନ ଅତିକ୍ରମ କରିଥିବାବେଳେ ଏହି ୫୦ ଦିନରେ ବ୍ୟବସାୟୀମାନେ ୫ କୋଟିରୁ ଅଧିକ ଟଙ୍କାର କାରବାର କରିଥିବା ଉଭୟ ବ୍ୟବସାୟୀ ଓ ମେଳାର ଆୟୋଜକଙ୍କ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ବିଶେଷ କରି ସନ୍ଧ୍ୟା ହେଲେ ସ୍ମାର୍ଟସିଟିବାସୀ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନୀ (ମେଳା)’ରେ ଭିଡ ଜମାଉଛନ୍ତି।

ସେହିଭଳି ଉଭୟ ବ୍ୟବସାୟୀ ଓ ବୁଣାକାର ସମିତିଗୁଡିକ ପକ୍ଷରୁ ମଧ୍ୟ ଭଳିକି ଭଳି ପୋଷାକ ଓ ବିଭିନ୍ନ ରାଜ୍ୟର ଲୋକପ୍ରିୟ ତଥା ପ୍ରସିଦ୍ଧ ବସ୍ତ୍ରଗୁଡିକର ବ୍ୟାପକ ସମ୍ଭାର ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି ବୋଲି ଆୟୋଜକ ଓ ବ୍ୟବସାୟୀମାନେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ସୁଲଭ ମୂଲ୍ୟରେ ମନପସନ୍ଦର ପୋଷାକ ଆଦି ସାଙ୍ଗକୁ ଘର ସାଜସଜ୍ଜା ପାଇଁ ବିଭିନ୍ନ ବର୍ଗର ସାମଗ୍ରୀ ମେଳାରେ ମିଳୁଥିଲାବେଳେ ଗୁଣାତ୍ମକ ହ୍ୟାଣ୍ଡଲୁମ ପୋଷାକ ଓ ବୟନିକ ଷ୍ଟଲ ପକ୍ଷରୁ ମଧ୍ୟ ଆକର୍ଷଣୀୟ ୧୦+୨୦% ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି।

ଅପରପକ୍ଷରେ ବୟନିକାର କ୍ଲିୟରାନ୍ସ ସେଲ୍‌ସ ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରୁଥିବାବେଳେ ପ୍ରତି କ୍ରୟ ଉପରେ ଆକର୍ଷଣୀୟ ୭୦% ପର୍ଯ୍ୟନ୍ତର ରିହାତି ଯୋଗାଇ ଦିଆଯାଉଛି। ସେହିପରି ୨୦୨୪ ଜୁନ ୧ରୁ ଆରମ୍ଭ ହୋଇଥିବା ଏହି ମେଳା ଚଳିତ ବର୍ଷ ଅଗଷ୍ଟ ୨ୟ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆୟୋଜକଙ୍କ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏପରିକି ପ୍ରଦଶର୍ନୀର କାରବାର ବେଶ୍‌ ଉତ୍ସାହଜନକ ରହିଥିବାରୁ ଆୟୋଜକଙ୍କ ପକ୍ଷରୁ ମେଳାର ଅବଧିକୁ ୨୦୨୪ ଅଗଷ୍ଟ ୬ପର୍ଯ୍ୟନ୍ତ ବଢାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri