ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା ଏହି ଫଳ ବଜାରରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଯାଇଛି ୫୦ରୁ ଊର୍ଦ୍ଧ୍ବ ଫଳ ଦୋକାନ।

ଅଗ୍ନିକାଣ୍ଡର ଖବର ପାଇବା ପରେ ଘଟଣାସ୍ଥଳରେ ଦୁଇଟି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ, ତେବେ ଏହି ଘଟଣାରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଆଶଙ୍କା କରାଯାଉଛି।