KIIT ବିଶ୍ୱବିଦ୍ୟାଳୟ ଛାଡ଼ିଲେ ୫୦୦ରୁ ଊର୍ଦ୍ଧ୍ୱ ନେପାଳୀ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୭।୨: କିଟ୍‌ କ୍ୟାମ୍ପସରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ୫୦୦ରୁ ଅଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ଘରକୁ ପଠାଇ ଦିଆଯାଇଛି। ଏହି ଛାତ୍ରୀଛାତ୍ରଙ୍କୁ ଜୋର୍‌ ଜବରଦସ୍ତ କଟକ ରେଲଓ୍ବେ ଷ୍ଟେଶନରେ ଛାଡି ଦିଆଯାଇଥିବା ଅଭିଯୋଗ ହୋଇଛି।

ନେପାଳର ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ସାଇନ-ଏ- ଡାଏ ଘୋଷଣା କରାଯାଇଛି। KIIT ଦ୍ୱାରା ଜାରି ଏକ ନୋଟିସରେ କୁହାଯାଇଛି, “ନେପାଳ ଛାତ୍ରୀଛାତ୍ରଙ୍କ ପାଇଁ ବିଶ୍ୱବିଦ୍ୟାଳୟ ଅର୍ନିଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିଛି। ସେମାନଙ୍କୁ ଫେବୃଆରୀ ୧୭ ଅର୍ଥାତ ଆଜି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସାଇନ-ଏ- ଡାଏ ଘୋଷଣା ପରେ ଏକ ଭିଡ଼ିଓ ଭାଇରାଲ ହେଉଛି। ଭିଡିଓରେ କିଛି ମହିଳା ଅଧିକାରୀ ଛାତ୍ରୀଛାତ୍ରଙ୍କୁ କ୍ୟାମ୍ପସ ଛାଡ଼ି ଚାଲିଯିବାକୁ କହୁଛନ୍ତି।

ଛାତ୍ରୀଛାତ୍ରଙ୍କୁ ଜୋର୍‌ ଜବରଦସ୍ତ କଟକ ରେଲଓ୍ବେ ଷ୍ଟେଶନରେ ଛଡ଼ାଯାଇଛି। ଏପରକି ସୁରକ୍ଷାକର୍ମୀମାନେ ନେପାଳୀ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିଥିବା ମଧ୍ୟ ଅଭିଯୋଗ ହୋଇଛି। ନ୍ୟାୟ ପାଇଁ ଛାତ୍ରୀଛାତ୍ର ରାସ୍ତା ଅବରୋଧ କରି କହିଛନ୍ତି, ଆମେ ନ୍ୟାୟ ଚାହୁଁଛୁ। ଏହା ସହ ତଦନ୍ତରେ ସ୍ବଚ୍ଛତା ଦାବି କରିଛନ୍ତି। କର୍ତ୍ତୃପକ୍ଷ ପ୍ରମାଣ ଲୁଚାଇବାକୁ ଚେଷ୍ଟା କରୁଛନ୍ତି ବୋଲି ଏକ ଭିଡିଓ କ୍ଲିପରେ ଜଣେ ଛାତ୍ର କହୁଥିବା ଶୁଣିବାକୁ ମିଳିଛି।

ସୂଚନାଯୋଗ୍ୟ, ଜଣେ ବି.ଟେକ ତୃତୀୟ ବର୍ଷର ଛାତ୍ରୀଙ୍କ ମୃତଦେହ ମିଳିବାର କିଛି ଘଣ୍ଟା ପରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଥିଲା। ମୃତ ଯୁବତୀଙ୍କ ବନ୍ଧୁ ଏବଂ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି ଯେ, ତାଙ୍କ ପ୍ରେମିକ ତଥା ସେହି ବିଶ୍ୱବିଦ୍ୟାଳୟର ମେକାନିକାଲ ଇଞ୍ଜିନିୟରିଂ ଛାତ୍ର ଅଟନ୍ତି। ପ୍ରେମିକ ଜଣକ ପୀଡ଼ିତାଙ୍କ ସହ ୩ ବର୍ଷର ପ୍ରେମସମ୍ପର୍କ ରଖିବା ମଧ୍ୟରେ ତାଙ୍କୁ ଶାରୀରିକ ତଥା ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପିତୃ ଦିବସରେ ବାପାଙ୍କୁ ବିଳାସପୂର୍ଣ୍ଣ କାର ଉପହାର ଦେଲେ ଏହି କ୍ରିକେଟର, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୬: ଭାରତୀୟ ଟିମର ଇଂଲଣ୍ଡ ଗସ୍ତ ୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ଗସ୍ତ ସମୟରେ, ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ…

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କତାର ଗ୍ୟାସ ଟର୍ମିନାଲରେ ବଡ଼ ବିସ୍ଫୋରଣ; ୫୪ ଜଣ ଆହତ, ୧୮ ନିଖୋଜ

ଦୋହା,୨୨।୬: ରବିବାର ରାତିରେ (ଜୁନ ୨୧) କତାରର ରାସ ଲାଫାନରେ ଏକ ପ୍ରମୁଖ ପ୍ରାକୃତିକ ଗ୍ୟାସ ରପ୍ତାନି ଟର୍ମିନାଲରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ଇରାନ ଦ୍ୱାରା…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…

ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri