ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ ପ୍ରାୟ ୫୬,୪୯୫ ଜଣ ପରୀକ୍ଷାର୍ଥୀ ଏହି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାରେ ଅଂଶଗ୍ରହଣ କରିଛନ୍ତି।
ସକାଳ ୧୦ଟାରୁ ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପରୀକ୍ଷାର୍ଥୀମାନଙ୍କ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ରାଜ୍ୟରେ ମାଧ୍ୟମିକ ଶିକ୍ଷକ ହେବା ପାଇଁ ଏହି ଯୋଗ୍ୟତା ପରୀକ୍ଷା ଅତ୍ୟନ୍ତ ଜରୁରୀ ଅଟେ।
ପରୀକ୍ଷା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପରୀକ୍ଷାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଆତ୍ମବିଶ୍ୱାସର ସହ ଧୈର୍ଯ୍ୟ ରଖି ପ୍ରଶ୍ନର ଉତ୍ତର ଦେବାକୁ ପରାମର୍ଶ ଦେଇଥିଲେ।