Odisha Elections 2024

୧୦ ବର୍ଷରେ ନଦୀ ଆଁକୁ ଗଲାଣି ୬୦ରୁ ଊର୍ଦ୍ଧ୍ୱ ଘର

କେନ୍ଦ୍ରାପଡ଼ା,୧୨ା୯ (ଜଗନ୍ନାଥ ଧଳ): ମହାନଦୀରେ ଗତ ଅଗଷ୍ଟରେ ବନ୍ୟା ଜଳ ଆସିଥିଲା। ଏହି ନଦୀ ସିଷ୍ଟମରେ ଥିବା ଲୁଣା ଓ କରାଣ୍ଡିଆ ନଦୀ ଫୁଲିଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ଦ୍ୱୀପାଞ୍ଚଳରେ ଥିବା ୧୩ ଗ୍ରାମରେ ପାଣି ପଶିଥିଲା। ବନ୍ୟା ଜଳ ଛାଡ଼ି ଯାଇଥିବା ବେଳେ ଏହାର କ୍ଷତି ଏବେ ସ୍ପଷ୍ଟ ହେଉଛି। ନଦୀକୂଳ ଅଞ୍ଚଳର ବହୁ ଚାଷ ଜମି ଏବେ ନଦୀ ମଧ୍ୟକୁ ଚାଲିଯାଇଛି। ଗତ ୧୦ ବର୍ଷ ମଧ୍ୟରେ ବନ୍ୟା ଯୋଗୁ ଦ୍ୱୀପାଞ୍ଚଳର ୬୦ରୁ ଊର୍ଦ୍ଧ୍ୱ ଘର ନଦୀଗର୍ଭରେ ଲୀନ ହୋଇଯାଇଛି। ଏହି ପ୍ରକ୍ରିୟା ଏବେବି ଜାରି ରହିଛି। ପ୍ରତିବର୍ଷ ବନ୍ୟା ଜଳ ଏହି ଦ୍ୱୀପାଞ୍ଚଳରେ ଚାଷ ବାସ ନଷ୍ଟ କରୁଥିବାରୁ କରାଣ୍ଡିଆ ଓ ଲୁଣା ନଦୀର ପଥରପ୍ୟାକିଂ ବନ୍ଧ ନିର୍ମାଣ ପାଇଁ ସ୍ଥାନୀୟ ଲୋକେ ମତ ଦେଇଛନ୍ତି।
ଏ ସମ୍ପର୍କରେ ଆୟତ୍ତପୁରର ପିନାକୀ ସାମନ୍ତରାୟ କହିଛନ୍ତି, ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଏହି ୧୩ ଗାଁ ଅବହେଳିତ ଅବସ୍ଥାରେ ଅଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ ମଧ୍ୟ ଅଦ୍ୟାବଧି ସୁଫଳ ମିଳିନାହିଁ। ସହରଠାରୁ ମାତ୍ର ୧୦ କିଲୋମିଟର ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳଯୋଗାଣ ଆଦି ମୌଳିକ ସମସ୍ୟା ଲାଗିରହିଛି। ଦ୍ୱୀପାଞ୍ଚଳର ୧୩ ଗ୍ରାମ ଏବେ ୩ ବ୍ଲକ ଅଧୀନ ୫ ପଞ୍ଚାୟତରେ ଅଛି। ମାର୍ଶାଘାଇ ବ୍ଲକ ଆଇତିପୁର ପଞ୍ଚାୟତର ଆଇତିପୁର, ବଳରାମପୁର, ବାଳିସିଂ, ଜଳପୋକ ପଞ୍ଚାୟତ ଅଧୀନରେ ଥିବା ଡିହଜଳପୋକ, ପକ୍ଷଟ, କଣିବାଙ୍କ ସହ ଡେରାବିଶ ବ୍ଲକର ବସପୁର ପଞ୍ଚାୟତ ଅଧୀନରେ ଥିବା ଡିହବସୁପୁର ଓ ଇନ୍ଦାଳୋ ପଞ୍ଚାୟତ ଅଛି। ସେହିପରି ଏଠାରେ ଗରଦପୁର ବ୍ଲକସ୍ଥ ବଙ୍ଗାଳପୁର ପଞ୍ଚାୟତର ସାନସଲାର, ଶିଶୁଆ ଓ ଷଠିଲୋ ଗ୍ରାମ ରହିଛି। ଏହି ୧୩ ରାଜସ୍ବ ଗ୍ରାମର ଗୋଟିଏ ପାର୍ଶ୍ୱରେ କରାଣ୍ଡିଆ ନଦୀ ଓ ଅନ୍ୟ ପାର୍ଶ୍ୱରେ ଲୁଣାନଦୀ ପ୍ରବାହିତ । ଷଠିଲୋ ନିକଟରୁ ଏହି ଦ୍ୱୀପାଞ୍ଚଳ ଆରମ୍ଭ ହୋଇ ଡିହବଳରାମପୁରରେ ଶେଷ ହୋଇଛି। ଚଳିତବର୍ଷ ବନ୍ୟାରେ ସ୍ଥାନୀୟ ଅଧିବାସୀଙ୍କ ଚାଷ ଓ ବାସ ଅଧିକ ନଷ୍ଟ ହୋଇଥିବା ସେ ପ୍ରକାଶ କରିଛନ୍ତି। ଏହି ଗ୍ରାମର ରେଖା ସେଠୀ କହିଛନ୍ତି, କରାଣ୍ଡିଆ ନଦୀ ଆମ ଜୀବନକୁ ଦୁର୍ବିଷହ କରିଛି। ଦୁଇବର୍ଷ ମଧ୍ୟରେ ବନ୍ୟାରେ ୪ଟି ଘର ନଦୀଗର୍ଭକୁ ଚାଲିଯାଇଛି। ଏବେ ମାତ୍ର ଗୋଟିଏ ଘର ଅଛି। କିଛି ବର୍ଷ ପୂର୍ବେ ନଦୀ ଏଠାରୁ ପ୍ରାୟ ୩୦୦ ମିଟର ଦୂରରେ ଥିଲା। ତେବେ ନଦୀର ଗତିପଥ ପରିବର୍ତ୍ତନ ହେଉଥିବାରୁ କୂଳ ଖାଇଯାଉଛି। ସରପଞ୍ଚ ବିଦ୍ୟୁଲତା ସାହୁ କହିଛନ୍ତି, ପ୍ରାୟ ୨୦୦ ଘର ମଧ୍ୟରୁ ୬୦ ଘର ଗତ ୧୦ ବର୍ଷ ମଧ୍ୟରେ ନଦୀଗର୍ଭକୁ ଚାଲିଗଲାଣି। କେବଳ ଘର ନୁହେଁ, ନଦୀ ପଠା ଏବେ ନଦୀ ଶଯ୍ୟାରେ ପରିଣତ ହୋଇଛି। ଫଳରେ ଚାଷ ଜମି ହ୍ରାସ ପାଇଛି। ଏଠାରେ ପଥରବନ୍ଧ ନିର୍ମାଣ ପାଇଁ ସ୍ଥାନୀୟ ବିଧାୟିକା ଓ ଜିଲା ପ୍ରଶାସନର ଦୃଷ୍ଟିଆକର୍ଷଣ କରାଯାଇଛି। ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଇଂ. ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ନଦୀବନ୍ଧକୁ ପଥର ପ୍ୟାକିଂ କରିବାକୁ ଯୋଜନା ରହିଛି। ଏ ନେଇ ଖୁବ୍‌ଶୀଘ୍ର କାମ ଆରମ୍ଭ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା...

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri