Posted inଜାତୀୟ

ହିଂସା ମଧ୍ୟରେ ମଣିପୁରରେ ୭୦୦ରୁ ଅଧିକ ମିଆଁମାର ନାଗରିକ କରିଛନ୍ତି ଅନୁପ୍ରବେଶ: ରିପୋର୍ଟ ମାଗିଲେ ସରକାର

ଇମ୍ଫାଲ,୨୫।୭: ମଣିପୁରରେ ହିଂସା ଘଟଣା ମଧ୍ୟରେ ଏବେ ଆଉ ଏକ ଚିନ୍ତା ରାଜ୍ୟ ସରକାରଙ୍କୁ ଘାରିଛି। ଜୁଲାଇ ୨୨ ଏବଂ ୨୩ରେ ମିଆଁମାରର ୭୦୦ରୁ ଅଧିକ ନାଗରିକ ମରିପୁରରେ ଅନୁପ୍ରବେଶ କରିଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଆସାମ ରାଇଫଲ୍ସରୁ ସୂଚନା ମାଗିଛନ୍ତି। ଏହି ନାଗରିକମାନେ କିପରି ଉପଯୁକ୍ତ ଦଲିଲ ବିନା ରାଜ୍ୟରେ କିଭଳି ପ୍ରବେଶ କଲେ ଏବଂ ସେମାନଙ୍କୁ ଏଠାକୁ ଆସିବାକୁ କିପରି ଅନୁମତି ଦିଆଗଲା ରାାଇଫଲ୍ସ ସରକାରଙ୍କୁ ରିପୋର୍ଟ ଦେବେ।
ଗୃହ ବିଭାଗର ବିବୃତ୍ତି ଅନୁଯାୟୀ, ମଣିପୁର ସରକାର ଆସାମ ରାଇଫଲ୍ସରୁ ବିସ୍ତୃତ ରିପୋର୍ଟ ମାଗିଛନ୍ତି ଯେ, ଅତି କମରେ ୭୧୮ ମିଆଁମାର ନାଗରିକଙ୍କୁ କେବଳ ଉପଯୁକ୍ତ ଦଲିଲ ବିନା ଭାରତରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇଛି। ମଣିପୁର ସୀମାରେ ସୁରକ୍ଷା ପାଇଁ ଆସାମ ରାଇଫଲ୍ସ ଦାୟୀ। ଏହି କାରଣରୁ ରାଜ୍ୟ ସରକାର ରାଇଫଲରୁ ଜବାବ ମାଗିଛନ୍ତି।
ଏହି ପ୍ରସଙ୍ଗରେ ଆସାମ ରାଇଫଲ୍ସର ସେକ୍ଟର-୨୮ ଦ୍ୱାରା ସୂଚନା ଦିଆଯାଇଥିଲା ଯେ, ୭୧୮ ମିଆଁମାର ଶରଣାର୍ଥୀ ସୀମା ପାର କରି ଚାନ୍ଦେଲ ଦେଇ ମଣିପୁରରେ ପ୍ରବେଶ କରିଛନ୍ତି। ଏହି ପୁରା ଘଟଣା ସମ୍ପର୍କରେ ମଣିପୁର ସରକାର କହିଛନ୍ତି ଯେ ଆସାମ ରାଇଫଲ୍ସର ଅଧିକାରୀଙ୍କଠାରୁ ଏକ ରିପୋର୍ଟ ମଗାଯାଇଛି ଏବଂ ଏହା ସହିତ ମିଆଁମାରର ଏହି ନାଗରିକମାନଙ୍କୁ ପଠାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri