Posted inଜାତୀୟ

ଭାରତୀୟ ନାଗରିକତା ପାଇଁ ଆବେଦନ କରିଛନ୍ତି ୭ ହଜାର ପାକିସ୍ତାନୀ

ନୂଆଦିଲ୍ଲୀ,୨୨।୧୨: ଚଳିତ ବର୍ଷ ଡିସେମ୍ବର ୧୪ ତାରିଖ ସୁଦ୍ଧା ୭,୩୦୬ ଜଣ ପାକିସ୍ତାନ ନାଗରିକ ଭାରତୀୟ ନାଗରିକତା ପାଇଁ ଆବେଦନ କରିଛନ୍ତି। ଏ ନେଇ ସଂସଦକୁ ସୂଚନା ଦେଇଛନ୍ତି ସ୍ବରାଷ୍ଟ୍ର ରାଜ୍ୟ ମନ୍ତ୍ରୀ ନିତ୍ୟାନନ୍ଦ ରାଇ। ଚଳିତ ମାସ ୧୪ ତାରିଖ ସୁଦ୍ଧା ୧୦,୬୩୫ ଜଣ ଭାରତୀୟ ନାଗରିକତା ପାଇଁ ଆବେଦନ କରିଛନ୍ତି। ମୋଟ ଆବେଦନକାରୀ ମଧ୍ୟରୁ ୭୦ ପ୍ରତିଶତ ପାକିସ୍ତାନରୁ ଆସିଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ଲୋକସଭାରେ ବୁଧବାର ଭାରତୀୟ ନାଗରିକତା ପାଇଁ କେତେ ସଂଖ୍ୟାରେ ଆବେଦନ ଆସିଛି ଓ ଆବେଦନକାରୀଙ୍କ ବର୍ତ୍ତମାନ ନାଗରିକତା ସମ୍ପର୍କରେ ପ୍ରଶ୍ନ କରିଥିଲେ ଏମ୍‌ପି ଅବଦୁଲ ଓ୍ବାହାବ।

ପାକିସ୍ତାନ ନାଗରିକଙ୍କ ବ୍ୟତୀତ ଆବେଦକଙ୍କ ମଧ୍ୟରେ ଆଫଗାନିସ୍ତାନ, ଶ୍ରୀଲଙ୍କା, ଆମେରିକା, ନେପାଳ ଓ ବାଂଲାଦେଶ ନାଗରିକ ରହିଛନ୍ତି। ମୋଟ ଉପରେ ୧,୧୫୨ ଆବେଦନ ପେଣ୍ଡିଂ ପଡ଼ିଛି। ଏଥିରେ ୪୨୮ ସରଣାର୍ଥୀ ରହିଛନ୍ତି। ତାଲିକାରେ ଆମେରିକା ଓ ଶ୍ରୀଲଙ୍କାରୁ ୨୨୩, ନେପାଳରୁ ୧୮୯ ଏବଂ ବାଂଲାଦେଶରୁ ୧୬୧ ଆବେଦନ ଆସିଛି। ପଡ଼ୋଶୀ ଚାଇନାରୁ ମଧ୍ୟ ୧୦ ଆବେଦନ ଆସିଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri