କାର୍‌ରୁ ମିଳିଲା କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ, ୨ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୬ା୩: ଗଞ୍ଜେଇ ଚୋରା ଚାଲାଣର ଭୂସ୍ବର୍ଗ ପାଲଟିଛି ବ୍ରହ୍ମପୁର। ଗଜପତି ଓ କନ୍ଧମାଳରୁ ଗଞ୍ଜେଇ ବେଆଇନ ଭାବେ ଅଣାଯାଇ ବ୍ରହ୍ମପୁର ଦେଇ ବାହାର ରାଜ୍ୟବକୁ ଚାଲାଣ ହେଉଛି। ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଗଞ୍ଜେଇ ଧରପଗଡ଼ ଅଭିଯାନ ଜୋରଦାର କରାଯାଇଛି। ଗଜପତି ଜିଲା ମୋହନାରୁ କାଳଷଣ୍ଢପୁର ଓ ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ଗୁଇନ୍ଦା ଖବର ପାଇଥିଲା। ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତଙ୍କ ନେତୃତ୍ୱରେ ଏକ ଟିମ୍‌ ସୋମବାର ଆସିକା ନିକଟ କାଳଷଣ୍ଢପୁର ଛକରେ ପାଟ୍ରୋଲିଂ କରୁଥିଲା। ସେହି ରାସ୍ତାଦେଇ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ କାର୍‌ ନମ୍ବର (ଓ ୦୫୫୮) କୁ ପୋଲିସ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ କାର୍‌ ଭିତରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଜଣାପଡ଼ିଥିଲା। ୨୭ଟି ପକେଟରେ ୧୩୫ କେଜି ଗଞ୍ଜେଇ ରହିଥିଲା। ଉକ୍ତ ଗଞ୍ଜେଇ ସହ କାର୍‌ ଜବତ କରାଯାଇଥିଲା। ସେହିପରି ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଜଣ ଯୁବକଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କଟକ,ଆଠଗଡ଼ ଥାନା ଅନ୍ତର୍ଗତ ହେମମାଳପୁର ଗ୍ରାମର ବିଶ୍ୱରଞ୍ଜନ ଦଳାଇ(୩୫) ଓ ଅନ୍ୟଜଣେ ଟିକିରିଆ ଥାନା ଅନ୍ତର୍ଗତ ନୂଆପାଟଣାର ଶ୍ରୀକାନ୍ତ ପ୍ରଧାନ (୧୯)। ଗିରଫ ଯୁବକଙ୍କୁ ଜେରା ବେଳେ ସେମାନେ ଉକ୍ତ ଗଞ୍ଜେଇ ଗଜପତି ଜିଲା ମୋହନାରୁ ଆଣି ବ୍ରହ୍ମପୁର ଦେଇ ଆଠଗଡ଼ ଚାଲାଣ କରିଥାନ୍ତେ ବୋଲି ଜଣାପଡିଛି। କେସ୍‌ ନମ୍ବର ୧୦୧୪/୨୨-୨୩ରେ ଗିରଫ ଦୁଇ ଯୁବକଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି ବୋଲି ଅବକାରୀ ପୋଲିସ ଠାରୁ ସୂଚନା ମିଳିଛି। ଜବତ ଟ୍ରକ ଓ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୪ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri