କୋଭିଡ୍‌ ମୃତଦେହ ସତ୍କାର ନେଇ ଉତ୍ତେଜନା

ଖୋର୍ଦ୍ଧା ଅଫିସ,୯।୫: ଖୋର୍ଦ୍ଧା ଉପକଣ୍ଠ ବରୁଣେଇ ରାସ୍ତାରେ ରହିଥିବା ଏକ ଶ୍ମଶାନରେ କୋଭିଡ୍‌ ରୋଗୀଙ୍କ ମୃତଦେହ ସତ୍କାର ନେଇ ଶନିବାର ଉତ୍ତେଜନା ପ୍ରକାଶ ପାଇଛି। ଶ୍ମଶାନ ନିକଟରେ ରହିଥିବା ଗ୍ରାମବାସୀଙ୍କ ବିରୋଧ ପରେ ଆମ୍ବୁଲାନ୍ସରେ ଆସିଥିବା କର୍ମଚାରୀମାନେ ମୃତଦେହ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟ ଫେରିଯାଇଥିଲେ।
ମୁତାବକ, ବୋଲଗଡ଼ ଅଞ୍ଚଳରେ ଘରୋଇ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା ଜଣେ କୋଭିଡ୍‌ ରୋଗୀ ଗୁରୁତର ହେବାରୁ ତାଙ୍କୁ ଖୋର୍ଦ୍ଧା ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ମେଡିକାଲ କର୍ତ୍ତୃପକ୍ଷ ଜିଲା ପ୍ରଶାସନକୁ ଅବଗତ କରାଇଥିଲେ। ପରେ ଆମ୍ବୁଲାନ୍ସରେ ମୃତଦେହ ଜେମାଦେଇ ମୌଜାର ଶିଳ୍ପାଞ୍ଚଳରେ ରହିଥିବା ଶ୍ମଶାନକୁ ନେଇଥିଲେ। ଆମ୍ବୁଲାନ୍ସରେ ଥିବା କର୍ମଚାରୀମାନେ ପିପିଇ କିଟ୍‌ ପିନ୍ଧିଥିବା ଦେଖି ଉକ୍ତ ରାସ୍ତା ଦେଇ ଯାଉଥିବା କେତେଜଣ ବ୍ୟକ୍ତି ଗ୍ରାମବାସୀଙ୍କୁ ଜଣାଇଥିଲେ। ଗ୍ରାମବାସୀ ପହଞ୍ଚି ମୃତଦେହ ସତ୍କାରକୁ ବିରୋଧ କରିବା ସହ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ଖୋର୍ଦ୍ଧା ତହସିଲଦାର ପଦ୍ମଚରଣ ସାହୁ, ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ, ସଦର ଏସ୍‌ଡିପିଓ ସୁଶୀଲ କୁମାର ମିଶ୍ର୍ର, ଟାଉନ ଥାନା ଅଧିକାରୀ ଉମାଶଙ୍କର ସିଂ ପ୍ରମୁଖ ପହଞ୍ଚିବା ପରେ ଗ୍ରାମବାସୀଙ୍କ ପକ୍ଷରୁ ଏକ ପ୍ରତିନିଧି ଟିମ୍‌ ଉପସ୍ଥିତିରେ ଆଲୋଚନା ହୋଇଥିଲା। ଗ୍ରାମବାସୀଙ୍କ ବିନା ଅଗୋଚରରେ ଜିଲା ପ୍ରଶାସନ ପକ୍ଷରୁ କାହିଁକି ଏଠାରେ କୋଭିଡ୍‌ ରୋଗୀଙ୍କ ମୃତଦେହକୁ ପୋଡ଼ାଯିବାକୁ ଅନୁମତି ଦିଆଯାଇଛି ବୋଲି ଗ୍ରାମବାସୀ କହିଥିଲେ। ମୃତଦେହ ପୋଡାଯିବା ପରେ ଏହାକୁ ବିଶୋଧନ କରା ନ ଗଲେ, କରୋନା ବ୍ୟାପିବା ଆଶଙ୍କା ରହିଛି। ଏଠାରେ କୋଭିଡ୍‌ ଶ୍ମଶାନ ନ କରିବାକୁ ଗ୍ରାମବାସୀ ପ୍ରଶାସନକୁ ଅନୁରୋଧ କରିଥିଲେ। ପରେ ଜିଲା ପ୍ରଶାସନର ଲିଖିତ ପ୍ରତିଶ୍ରୁତି ପରେ ଗ୍ରାମବାସୀ ଗୋଟିଏ ଦିନ ଲାଗି ସତ୍କାର ପାଇଁ ଅନୁମତି ଦେଇଥିଲେ। ଅନ୍ୟପକ୍ଷେ ଗ୍ରାମବାସୀ ଏହି ଶ୍ମଶାନ ଚାରିପଟେ ପାଚେରି ନିର୍ମାଣ କରିଛନ୍ତି। ଉକ୍ତ ଶ୍ମଶାନରେ ପୂର୍ବରୁ ମଧ୍ୟ ଦୁଇଜଣ କୋଭିଡ୍‌ ରୋଗୀଙ୍କ ମୃତଦେହ ପୋଡ଼ାଯାଇଥିବା କେତେଜଣ ଗ୍ରାମବାସୀ କହିଛନ୍ତି। ସହରରେ ଏକାଧିକ ସରକାରୀ ଜାଗା ରହିଛି। ସେଠାରେ ଅସ୍ଥାୟୀ କୋଭିଡ୍‌ ଶ୍ମଶାନ ଲାଗି ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri