ବିଶ୍ୱରେ ୪୫୦କୋଟି ଲୋକ ମୌଳିକ ସ୍ବାସ୍ଥ୍ୟସେବା ପାଉନାହାନ୍ତି

ନୂଆଦିଲ୍ଲୀ,୨୨।୯: ବିଶ୍ୱ ଜନସଂଖ୍ୟାର ପ୍ରାୟ ଅଧା ଅର୍ଥାତ୍‌ ୪୫୦କୋଟି ଲୋକ ମୌଳିକ ସ୍ବାସ୍ଥ୍ୟ ସେବାରୁ ବଞ୍ଚିତ ଅଛନ୍ତି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ନିଜ ସଦ୍ୟତମ ରିପୋର୍ଟରେ ଦର୍ଶାଇଛି। ବିଶ୍ୱରେ ପ୍ରାୟ ୨୦୦ କୋଟି ଲୋକଙ୍କୁ ଚିକିତ୍ସା ଖର୍ଚ୍ଚ ନିଜେ ବହନ କରିବାକୁ ପଡୁଛି ଏବଂ ଏହି ଖର୍ଚ୍ଚ ହେତୁ ପ୍ରାୟ ୧୩୦ କୋଟି ଲୋକ ଗରିବୀରେ ବଞ୍ଚୁଛନ୍ତି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଓ ବିଶ୍ୱ ବ୍ୟାଙ୍କ ଦ୍ୱାରା ପ୍ରକାଶିତ ନୂଆ ରିପୋର୍ଟ ‘ଟ୍ରାକିଂ ୟୁନିଭର୍ସାଲ ହେଲଥ କଭରେଜ ୨୦୨୩ ଗ୍ଲୋବାଲ ମନିଟରିଂ ରିପୋର୍ଟ’ ଅନୁଯାୟୀ, ଅଣ ସଂକ୍ରାମକ ରୋଗ, ସଂକ୍ରାମକ ରୋଗ, ମାତୃ ଓ ଶିଶୁ ସ୍ବାସ୍ଥ୍ୟ, ମାନସିକ ସ୍ବାସ୍ଥ୍ୟ, ପରିବେଶ ସ୍ବାସ୍ଥ୍ୟ ଓ ପୁଷ୍ଟିହୀନତା ଆଦି ମୁଖ୍ୟ ସମସ୍ୟା ରହିଛି। ଅସ୍ବାସ୍ଥ୍ୟକର ଜୀବନଶୈଳୀ, ପରିବେଶ ପ୍ରଦୂଷଣ ଏବଂ ସ୍ବାସ୍ଥ୍ୟ ସେବାରେ ପର୍ଯ୍ୟାପ୍ତ ସୁବିଧା ନ ହେବା ସହିତ ଏସବୁ ଆହ୍ବାନଗୁଡିକ ସମ୍ମୁଖୀନ ହେବାକୁ ପଡୁଛି। ଧୂମପାନ, ମଦ୍ୟପାନ ଏବଂ ଡ୍ରଗ୍ସର ଅତ୍ୟଧିକ ବ୍ୟବହାର ଯୋଗୁ ହୃଦରୋଗ, ଷ୍ଟ୍ରୋକ, ଡାଇବେଟିସ, ମେଦବହୁଳତା, କ୍ରୋନିକ ଅବଷ୍ଟ୍ରକ୍ଟିଭ, ଫୁସଫୁସ ରୋଗ ଇତ୍ୟାଦି ରୋଗ ହେଉଛି। ସେହିପରି କ୍ୟାନସର ଚିକିତ୍ସା ପାଇଁ ବିପୁଳ ଟଙ୍କା ଖର୍ଚ୍ଚ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri