୨ ଦଶନ୍ଧି ମଧ୍ୟରେ ସ୍ବାସ୍ଥ୍ୟସେବାରେ ମିଳିଛି ଅଭୂତପୂର୍ବ ସଫଳତା

ଭୁବନେଶ୍ବର, ୩ା୩(ବ୍ୟୁରୋ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୁରୁବାର ୨୦୨୩-୨୪ ବର୍ଷର ସ୍ବାସ୍ଥ୍ୟ ବଜେଟ ସମ୍ପର୍କରେ ସୂଚନା ଦେଇଛନ୍ତି। ଗତ ୨ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅଭୂତପୂର୍ବ ସଫଳତା ପରିଲିକ୍ଷିତ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି। ୨୦୦୦ ମସିହାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରାଜ୍ୟର ବିଭିନ୍ନ ସୂଚକାଙ୍କ ବହୁ ନିମ୍ନରେ ଥିବା ସ୍ଥଳେ ସମ୍ପ୍ରତି ଦେଶରେ ସଫଳ ରାଜ୍ୟ ଭାବେ ଓଡ଼ିଶା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ସର୍ଭେ ରିପୋର୍ଟ ଅନୁସାରେ ୨୦୦୫ରୁ ୨୦୨୦ ମଧ୍ୟରେ ଓଡ଼ିଶାର ଶିଶୁ ମୃତ୍ୟୁହାର ଅନ୍ୟ ରାଜ୍ୟ ତୁଳନାରେ ସର୍ବାଧିକ ହ୍ରାସ ଘଟିଥିବାବେଳେ ୨୦୧୫-୧୭ ଠାରୁ ୨୦୧୮-୨୦ ମଧ୍ୟରେ ମାତୃ ମୃତ୍ୟୁହାର କମାଇବାରେ ଓଡ଼ିଶା ୨ୟ ସ୍ଥାନରେ ଅଛି। ସେହିପରି ୫ମ ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ ରିପୋର୍ଟ ଅନୁସାରେ ଦେଶରେ ସର୍ବକାଳୀନ ଟିକାଦାନ କାର୍ଯ୍ୟକ୍ରମ ୯୦.୫% ଲକ୍ଷ୍ୟ ହାସଲ କରି ଓଡ଼ିଶା ସର୍ବୋଚ୍ଚ ସ୍ଥାନରେ ରହିଛି। ମ୍ୟାଲେରିଆ ନିୟନ୍ତ୍ରଣ କ୍ଷେତ୍ରରେ ରୋଗୀ ସଂଖ୍ୟା ୯୪% କମାଇ ଆମେ ଦେଶରେ ୧ମ ସ୍ଥାନରେ ଥିବାବେଳେ ଯକ୍ଷ୍ମା ନିୟନ୍ତ୍ରଣରେ ୨ୟ ସ୍ଥାନ ହାସଲ କରିଛୁ। ୯୨.୨% ଗର୍ଭବତୀ ମହିଳାଙ୍କ ପ୍ରସବ ଡାକ୍ତରଖାନାରେ କରାଯାଇପାରିଛି। କୋଭିଡ୍‌ ନିୟନ୍ତ୍ରଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ମୂଳମନ୍ତ୍ର ‘ପ୍ରତିଟି ଜୀବନ ମୂଲ୍ୟବାନ’କୁ କାର୍ଯ୍ୟ କ୍ଷେତ୍ରରେ ରୂପାୟିତ କରି ଓଡ଼ିଶା ସମଗ୍ର ବିଶ୍ବରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି ା ଶ୍ରୀରାମ ଚନ୍ଦ୍ର ମେଡିକାଲ କଲେଜକୁ ଏମ୍‌ସ ପ୍ଲସ୍‌ରେ ରୂପାନ୍ତରିତ କରିବାଠାରୁ ଆରମ୍ଭ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ ଓ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଆଦି ବିଭିନ୍ନ ଅଭିନବ ଜନହିତକାରୀ ଯୋଜନା ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ସ୍ବାସ୍ଥ୍ୟସେବା ନିମନ୍ତେ ରଖାଯାଇଥିବା ୧୬ ହଜାର କୋଟି ଟଙ୍କାର ପ୍ରସ୍ତାବିତ ବଜେଟ ଗତବର୍ଷ ତୁଳନାରେ ୨୭% ଅଧିକ ଏବଂ ୨୦୧୭-୧୮ ଆର୍ଥିକ ବର୍ଷରେ ଥିବା ଅର୍ଥର ପ୍ରାୟ ୩ ଗୁଣ ା ରାଜ୍ୟର ସାମଗ୍ରିକ ବଜେଟର ଏହା ହେଉଛି ୭ ପ୍ରତିଶତ। ଗତ ୬ ବର୍ଷରେ ବାଲେଶ୍ବର, ବାରିପଦା, ବଲାଙ୍ଗିର, କୋରାପୁଟ, ପୁରୀ, କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ୭ଟି ନୂଆ ମେଡିକାଲ କଲେଜ ଏବଂ ଭୁବନେଶ୍ବରସ୍ଥିତ କ୍ୟାପିଟାଲ ହସ୍ପିଟାଲ ଓ କଟକସ୍ଥିତ ଆଚାର୍ଯ୍ୟ ହରିହର କର୍କଟରୋଗ ପ୍ରତିଷ୍ଠାନଠାରେ ୨ଟି ପୋଷ୍ଟ ଗ୍ରାଜୁଏଟ୍‌ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?