୨ ଦଶନ୍ଧି ମଧ୍ୟରେ ସ୍ବାସ୍ଥ୍ୟସେବାରେ ମିଳିଛି ଅଭୂତପୂର୍ବ ସଫଳତା

ଭୁବନେଶ୍ବର, ୩ା୩(ବ୍ୟୁରୋ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୁରୁବାର ୨୦୨୩-୨୪ ବର୍ଷର ସ୍ବାସ୍ଥ୍ୟ ବଜେଟ ସମ୍ପର୍କରେ ସୂଚନା ଦେଇଛନ୍ତି। ଗତ ୨ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅଭୂତପୂର୍ବ ସଫଳତା ପରିଲିକ୍ଷିତ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି। ୨୦୦୦ ମସିହାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରାଜ୍ୟର ବିଭିନ୍ନ ସୂଚକାଙ୍କ ବହୁ ନିମ୍ନରେ ଥିବା ସ୍ଥଳେ ସମ୍ପ୍ରତି ଦେଶରେ ସଫଳ ରାଜ୍ୟ ଭାବେ ଓଡ଼ିଶା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ସର୍ଭେ ରିପୋର୍ଟ ଅନୁସାରେ ୨୦୦୫ରୁ ୨୦୨୦ ମଧ୍ୟରେ ଓଡ଼ିଶାର ଶିଶୁ ମୃତ୍ୟୁହାର ଅନ୍ୟ ରାଜ୍ୟ ତୁଳନାରେ ସର୍ବାଧିକ ହ୍ରାସ ଘଟିଥିବାବେଳେ ୨୦୧୫-୧୭ ଠାରୁ ୨୦୧୮-୨୦ ମଧ୍ୟରେ ମାତୃ ମୃତ୍ୟୁହାର କମାଇବାରେ ଓଡ଼ିଶା ୨ୟ ସ୍ଥାନରେ ଅଛି। ସେହିପରି ୫ମ ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ ରିପୋର୍ଟ ଅନୁସାରେ ଦେଶରେ ସର୍ବକାଳୀନ ଟିକାଦାନ କାର୍ଯ୍ୟକ୍ରମ ୯୦.୫% ଲକ୍ଷ୍ୟ ହାସଲ କରି ଓଡ଼ିଶା ସର୍ବୋଚ୍ଚ ସ୍ଥାନରେ ରହିଛି। ମ୍ୟାଲେରିଆ ନିୟନ୍ତ୍ରଣ କ୍ଷେତ୍ରରେ ରୋଗୀ ସଂଖ୍ୟା ୯୪% କମାଇ ଆମେ ଦେଶରେ ୧ମ ସ୍ଥାନରେ ଥିବାବେଳେ ଯକ୍ଷ୍ମା ନିୟନ୍ତ୍ରଣରେ ୨ୟ ସ୍ଥାନ ହାସଲ କରିଛୁ। ୯୨.୨% ଗର୍ଭବତୀ ମହିଳାଙ୍କ ପ୍ରସବ ଡାକ୍ତରଖାନାରେ କରାଯାଇପାରିଛି। କୋଭିଡ୍‌ ନିୟନ୍ତ୍ରଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ମୂଳମନ୍ତ୍ର ‘ପ୍ରତିଟି ଜୀବନ ମୂଲ୍ୟବାନ’କୁ କାର୍ଯ୍ୟ କ୍ଷେତ୍ରରେ ରୂପାୟିତ କରି ଓଡ଼ିଶା ସମଗ୍ର ବିଶ୍ବରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି ା ଶ୍ରୀରାମ ଚନ୍ଦ୍ର ମେଡିକାଲ କଲେଜକୁ ଏମ୍‌ସ ପ୍ଲସ୍‌ରେ ରୂପାନ୍ତରିତ କରିବାଠାରୁ ଆରମ୍ଭ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ ଓ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା ଆଦି ବିଭିନ୍ନ ଅଭିନବ ଜନହିତକାରୀ ଯୋଜନା ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ସ୍ବାସ୍ଥ୍ୟସେବା ନିମନ୍ତେ ରଖାଯାଇଥିବା ୧୬ ହଜାର କୋଟି ଟଙ୍କାର ପ୍ରସ୍ତାବିତ ବଜେଟ ଗତବର୍ଷ ତୁଳନାରେ ୨୭% ଅଧିକ ଏବଂ ୨୦୧୭-୧୮ ଆର୍ଥିକ ବର୍ଷରେ ଥିବା ଅର୍ଥର ପ୍ରାୟ ୩ ଗୁଣ ା ରାଜ୍ୟର ସାମଗ୍ରିକ ବଜେଟର ଏହା ହେଉଛି ୭ ପ୍ରତିଶତ। ଗତ ୬ ବର୍ଷରେ ବାଲେଶ୍ବର, ବାରିପଦା, ବଲାଙ୍ଗିର, କୋରାପୁଟ, ପୁରୀ, କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ୭ଟି ନୂଆ ମେଡିକାଲ କଲେଜ ଏବଂ ଭୁବନେଶ୍ବରସ୍ଥିତ କ୍ୟାପିଟାଲ ହସ୍ପିଟାଲ ଓ କଟକସ୍ଥିତ ଆଚାର୍ଯ୍ୟ ହରିହର କର୍କଟରୋଗ ପ୍ରତିଷ୍ଠାନଠାରେ ୨ଟି ପୋଷ୍ଟ ଗ୍ରାଜୁଏଟ୍‌ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri