ନୂଆପଡା ରେଳ ଫାଟକରେ ୨୩୮ କୋଟି ବ୍ୟୟରେ  ନର୍ମାଣ ହେବ ଓଭର ବ୍ରିଜ୍‌

ନୂଆପଡା,୪।୫(ମକାରୁ ବେମାଲ): ନୂଆପଡା ସହରର ପ୍ରବେଶ ଦ୍ୱାରରେ ଅବସ୍ଥିତ ଥିବା ରେଳ ଫାଟକରେ ଖୁବ ଶୀଘ୍ର ନିର୍ମିତ ହେବ ଓଭର୍‌ ବ୍ରିଜ।  ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜମି ଅଧିଗ୍ରହଣ ପାଇଁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲାପାଳ ଭୀମସେନ ଶବର, ଉପ ଜିଲାପାଳ ଯୋଗେନ୍ଦ୍ର ମାଝୀ, ନୂଆପଡା ତହସିଲଦାର ପ୍ରଣବ ରଞ୍ଜନ ସାହୁ, ଜିଲା ଉପ ନିବନ୍ଧକ ରାକେଶ କୁମାର ପରିଡ଼ା, ଭୁ ଅର୍ଜନ ଅଧିକାରୀ ହେମନ୍ତ ପୁଟା, ଉପ ନିର୍ଦ୍ଦେଶକ ଉଦ୍ୟାନ କୃଷି ହରେକୃଷ୍ଣଚାନ୍ଦ ହାଁସଦା, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଗର୍ଡିଆ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।
ସୂଚନାଯୋଗ୍ୟ ଯେ, ୨୩୮ କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ଓଭର ବ୍ରିଜ  ନିର୍ମିତ ହେବ । ଏଥିପାଇଁ ଗୋଡଫୁଲା ଗାଁର ୩.୪୩୪ ଏକର ଏବଂ ପରଶାଗୁଡା ଗାଁ ର ୫.୮୦୫ ଏକର ଜମି ଅଧିଗ୍ରହଣ କରାଯିବ । କ୍ଷତିପୂରଣ ବାବଦରେ ଏଥିପାଇଁ ୧୫,୦୭,୮୬,୦୦୦ ଟଙ୍କା ଜମି ମାଲିକ ମାନଙ୍କୁ ପ୍ରଦାନ କରାଯିବ। ଏହି ପ୍ରକ୍ରିୟାକୁ ତ୍ୱରାନୱିତ କରି ଶିଘ୍ର କାମ ଆରମ୍ଭ କରିବା ପାଇଁ ଜିଲାପାଳ ଉପସ୍ଥିତ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଛନ୍ତି। ଏହା ଓଭର ବ୍ରିଜ କାମ ସଂପୂର୍ଣ୍ଣ ହେଲେ ନୂଆପଡା ବାସୀଙ୍କୁ ଆଉ ରେଳ ଫାଟକରେ ଦୀର୍ଘ ସମୟ ଧରି ଅପେକ୍ଷା କରିବାକୁ ପଡିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri