ନୂଆପଡା ରେଳ ଫାଟକରେ ୨୩୮ କୋଟି ବ୍ୟୟରେ  ନର୍ମାଣ ହେବ ଓଭର ବ୍ରିଜ୍‌

ନୂଆପଡା,୪।୫(ମକାରୁ ବେମାଲ): ନୂଆପଡା ସହରର ପ୍ରବେଶ ଦ୍ୱାରରେ ଅବସ୍ଥିତ ଥିବା ରେଳ ଫାଟକରେ ଖୁବ ଶୀଘ୍ର ନିର୍ମିତ ହେବ ଓଭର୍‌ ବ୍ରିଜ।  ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜମି ଅଧିଗ୍ରହଣ ପାଇଁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲାପାଳ ଭୀମସେନ ଶବର, ଉପ ଜିଲାପାଳ ଯୋଗେନ୍ଦ୍ର ମାଝୀ, ନୂଆପଡା ତହସିଲଦାର ପ୍ରଣବ ରଞ୍ଜନ ସାହୁ, ଜିଲା ଉପ ନିବନ୍ଧକ ରାକେଶ କୁମାର ପରିଡ଼ା, ଭୁ ଅର୍ଜନ ଅଧିକାରୀ ହେମନ୍ତ ପୁଟା, ଉପ ନିର୍ଦ୍ଦେଶକ ଉଦ୍ୟାନ କୃଷି ହରେକୃଷ୍ଣଚାନ୍ଦ ହାଁସଦା, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଗର୍ଡିଆ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।
ସୂଚନାଯୋଗ୍ୟ ଯେ, ୨୩୮ କୋଟି ଟଙ୍କା ବ୍ୟୟ ଅଟକଳରେ ଏହି ଓଭର ବ୍ରିଜ  ନିର୍ମିତ ହେବ । ଏଥିପାଇଁ ଗୋଡଫୁଲା ଗାଁର ୩.୪୩୪ ଏକର ଏବଂ ପରଶାଗୁଡା ଗାଁ ର ୫.୮୦୫ ଏକର ଜମି ଅଧିଗ୍ରହଣ କରାଯିବ । କ୍ଷତିପୂରଣ ବାବଦରେ ଏଥିପାଇଁ ୧୫,୦୭,୮୬,୦୦୦ ଟଙ୍କା ଜମି ମାଲିକ ମାନଙ୍କୁ ପ୍ରଦାନ କରାଯିବ। ଏହି ପ୍ରକ୍ରିୟାକୁ ତ୍ୱରାନୱିତ କରି ଶିଘ୍ର କାମ ଆରମ୍ଭ କରିବା ପାଇଁ ଜିଲାପାଳ ଉପସ୍ଥିତ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଛନ୍ତି। ଏହା ଓଭର ବ୍ରିଜ କାମ ସଂପୂର୍ଣ୍ଣ ହେଲେ ନୂଆପଡା ବାସୀଙ୍କୁ ଆଉ ରେଳ ଫାଟକରେ ଦୀର୍ଘ ସମୟ ଧରି ଅପେକ୍ଷା କରିବାକୁ ପଡିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri