୭ବର୍ଷ ହେବ ସରୁନି ଓଭରବ୍ରିଜ୍‌ କାମ

ଜଟଣୀ,୧ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ସହରର ସୀତାରାମ ଛକ ଆନ୍ଧ୍ର ବ୍ୟାଙ୍କ ଠାରୁ କୁଦିଆରୀ ବଜାର ପର୍ଯ୍ୟନ୍ତ ଓଭରବ୍ରିଜ କାର୍ଯ୍ୟ ୨୦୧୫ ମସିହାରେ ଆରମ୍ଭ ହୋଇଥିଲା। ଇତି ମଧ୍ୟରେ ଏହି ନିର୍ମାଣ କାର୍ଯ୍ୟକୁ ପ୍ରାୟ ୭ବର୍ଷ ଚାଲିଥିବା ବେଳେ କାର୍ଯ୍ୟ ଶେଷ ହୋଇପାରି ନାହିଁ। ଅନ୍ୟପଟେ ବିଭାଗୀୟ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବ୍ରିଜ ନିର୍ମାଣ ସ୍ଥିତି ପରଖିବା ସହ ଏପ୍ରିଲ ୧ ତଥା ଓଡ଼ିଶା ଦିବସରେ ବ୍ରିଜ ଉଦ୍‌ଘାଟନ ହେବା ନେଇ କହିଥିଲେ। ତେବେ କାର୍ଯ୍ୟ ଶେଷ ହୋଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇବା ସହ ମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଭାଗୀୟ ଅଧିକାରୀମାନେ ଅଣଦେଖା କରୁଥିବା ଆଲୋଚନା ହେଉଛି। ପ୍ରକାଶ ଯେ, ଜଟଣୀ ସୀତାରାମ ଛକ ଆନ୍ଧ୍ର ବ୍ୟାଙ୍କ ଠାରୁ କୁଦିଆରୀ ବଜାର ପର୍ଯ୍ୟନ୍ତ ଓଭରବ୍ରିଜ କାର୍ଯ୍ୟ ଜାରି ରହିଛି। ୧୧୩୩ ମିଟର ଲମ୍ବର ଏହି ଓଭରବ୍ରିଜ ନିର୍ମାଣ ପାଇଁ ୨୦୧୫ ମସିହାରେ ୫୪ କୋଟି ୯୭ ଲକ୍ଷ ଟଙ୍କା ବ୍ୟୟ ଅଟକଳ ରହିଥିଲା। ୨୦୧୭ ମସିହା ସୁଦ୍ଧା ଉକ୍ତ ବ୍ରିଜ ନିର୍ମାଣ କାର୍ଯ୍ୟ ଶେଷ ହେବା କୁହାଯାଇଥିଲା। ତେବେ ବ୍ରିଜ ନିର୍ମାଣ କାର୍ଯ୍ୟ ବର୍ତ୍ତମାନ ସୁଦ୍ଧା ୭୦ପ୍ରତିଶତ ସରିଥିବା ବେଳେ ଆହୁରି ୩୦ପ୍ରତିଶତ କାର୍ଯ୍ୟ ରହିଥିବା ଜଣାପଡ଼ିଛି। ଅନ୍ୟପଟେ ବ୍ରିଜ ନିର୍ମାଣ ଖର୍ଚ୍ଚ ବର୍ତ୍ତମାନ ୧୦୦ କୋଟି ଟଙ୍କାରେ ପହଞ୍ଚିଲାଣି।
ବ୍ରିଜ ପାଇଁ ଆବଶ୍ୟକ ପଡୁଥିବା ଜମି ଆଜି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଅଧିଗ୍ରହଣ ହୋଇପାରି ନାହିଁ। ଜମି ହରାଉଥିବା ହିତାଧିକାରୀଙ୍କୁ ମଧ୍ୟ ତାଙ୍କର ପ୍ରାପ୍ୟ ମିଳିନାହିଁ। ଫଳରେ ବ୍ରିଜ ନିର୍ମାଣ କାର୍ଯ୍ୟ ଆଗେଇ ପାରୁନାହିଁ। ବ୍ରିଜର ସର୍ଭିସ ରୋଡ୍‌ ଖାଲଖମାରେ ଭର୍ତ୍ତି ଥିବାରୁ ପ୍ରତିଦିନ ଦୁର୍ଘଟଣା ଘଟିଥିବା ନଜିର ରହିଛି। ବ୍ରିଜ ନିର୍ମାଣ ପୂର୍ବରୁ ସର୍ଭିସ ରୋଡ୍‌ ନିର୍ମାଣର ନିୟମ ରହିଛି। ଏଠାରେ ଏହି ନିୟମକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଇଛି। ଫଳରେ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ତୁରନ୍ତ ବିଭାଗୀୟ ମନ୍ତ୍ରୀ, ଅଧିକାରୀ ଏଥିପ୍ରତି ଦୃଷ୍ଟିଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri