୭ବର୍ଷ ହେବ ସରୁନି ଓଭରବ୍ରିଜ୍‌ କାମ

ଜଟଣୀ,୧ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ସହରର ସୀତାରାମ ଛକ ଆନ୍ଧ୍ର ବ୍ୟାଙ୍କ ଠାରୁ କୁଦିଆରୀ ବଜାର ପର୍ଯ୍ୟନ୍ତ ଓଭରବ୍ରିଜ କାର୍ଯ୍ୟ ୨୦୧୫ ମସିହାରେ ଆରମ୍ଭ ହୋଇଥିଲା। ଇତି ମଧ୍ୟରେ ଏହି ନିର୍ମାଣ କାର୍ଯ୍ୟକୁ ପ୍ରାୟ ୭ବର୍ଷ ଚାଲିଥିବା ବେଳେ କାର୍ଯ୍ୟ ଶେଷ ହୋଇପାରି ନାହିଁ। ଅନ୍ୟପଟେ ବିଭାଗୀୟ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବ୍ରିଜ ନିର୍ମାଣ ସ୍ଥିତି ପରଖିବା ସହ ଏପ୍ରିଲ ୧ ତଥା ଓଡ଼ିଶା ଦିବସରେ ବ୍ରିଜ ଉଦ୍‌ଘାଟନ ହେବା ନେଇ କହିଥିଲେ। ତେବେ କାର୍ଯ୍ୟ ଶେଷ ହୋଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇବା ସହ ମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଭାଗୀୟ ଅଧିକାରୀମାନେ ଅଣଦେଖା କରୁଥିବା ଆଲୋଚନା ହେଉଛି। ପ୍ରକାଶ ଯେ, ଜଟଣୀ ସୀତାରାମ ଛକ ଆନ୍ଧ୍ର ବ୍ୟାଙ୍କ ଠାରୁ କୁଦିଆରୀ ବଜାର ପର୍ଯ୍ୟନ୍ତ ଓଭରବ୍ରିଜ କାର୍ଯ୍ୟ ଜାରି ରହିଛି। ୧୧୩୩ ମିଟର ଲମ୍ବର ଏହି ଓଭରବ୍ରିଜ ନିର୍ମାଣ ପାଇଁ ୨୦୧୫ ମସିହାରେ ୫୪ କୋଟି ୯୭ ଲକ୍ଷ ଟଙ୍କା ବ୍ୟୟ ଅଟକଳ ରହିଥିଲା। ୨୦୧୭ ମସିହା ସୁଦ୍ଧା ଉକ୍ତ ବ୍ରିଜ ନିର୍ମାଣ କାର୍ଯ୍ୟ ଶେଷ ହେବା କୁହାଯାଇଥିଲା। ତେବେ ବ୍ରିଜ ନିର୍ମାଣ କାର୍ଯ୍ୟ ବର୍ତ୍ତମାନ ସୁଦ୍ଧା ୭୦ପ୍ରତିଶତ ସରିଥିବା ବେଳେ ଆହୁରି ୩୦ପ୍ରତିଶତ କାର୍ଯ୍ୟ ରହିଥିବା ଜଣାପଡ଼ିଛି। ଅନ୍ୟପଟେ ବ୍ରିଜ ନିର୍ମାଣ ଖର୍ଚ୍ଚ ବର୍ତ୍ତମାନ ୧୦୦ କୋଟି ଟଙ୍କାରେ ପହଞ୍ଚିଲାଣି।
ବ୍ରିଜ ପାଇଁ ଆବଶ୍ୟକ ପଡୁଥିବା ଜମି ଆଜି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଅଧିଗ୍ରହଣ ହୋଇପାରି ନାହିଁ। ଜମି ହରାଉଥିବା ହିତାଧିକାରୀଙ୍କୁ ମଧ୍ୟ ତାଙ୍କର ପ୍ରାପ୍ୟ ମିଳିନାହିଁ। ଫଳରେ ବ୍ରିଜ ନିର୍ମାଣ କାର୍ଯ୍ୟ ଆଗେଇ ପାରୁନାହିଁ। ବ୍ରିଜର ସର୍ଭିସ ରୋଡ୍‌ ଖାଲଖମାରେ ଭର୍ତ୍ତି ଥିବାରୁ ପ୍ରତିଦିନ ଦୁର୍ଘଟଣା ଘଟିଥିବା ନଜିର ରହିଛି। ବ୍ରିଜ ନିର୍ମାଣ ପୂର୍ବରୁ ସର୍ଭିସ ରୋଡ୍‌ ନିର୍ମାଣର ନିୟମ ରହିଛି। ଏଠାରେ ଏହି ନିୟମକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଇଛି। ଫଳରେ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ତୁରନ୍ତ ବିଭାଗୀୟ ମନ୍ତ୍ରୀ, ଅଧିକାରୀ ଏଥିପ୍ରତି ଦୃଷ୍ଟିଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri