ରେଲ୍‌ଓ୍ବେ ପକ୍ଷରୁ ଓଭରବ୍ରିଜ କାମ ଶେଷ ପର୍ଯ୍ୟାୟରେ

ଜଟଣୀ,୧୭ା୪(ଡି.ଏନ୍‌.ଏ.): ଜଟଣୀ ସୀତାରାମ ଛକସ୍ଥିତ ଆନ୍ଧ୍ର ବ୍ୟାଙ୍କଠାରୁ କୁଦିଆରୀ ବଜାର ପର୍ଯ୍ୟନ୍ତ ଓଭରବ୍ରିଜ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ବେଳେ ରେଳ ପ୍ରଶାସନ ପକ୍ଷରୁ ରେଲ୍‌ଓ୍ବେ ଅଂଶର ଓଭରବ୍ରିଜ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ରେଲ୍‌ଓ୍ବେ ପ୍ରଶାସନ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ବସିଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଫଳରେ ଆସନ୍ତା ମେ’୨୫ରେ ବ୍ରିଜ ଉଦ୍‌ଘାଟନ ହେବା ନେଇ ଅନିଶ୍ଚିତତା ଦେଖାଦେଇଛି।
ଯେ, ୧୧୩୩ ମିଟର ଲମ୍ବର ଏହି ଓଭରବ୍ରିଜ କାର୍ଯ୍ୟ ୨୦୧୫ ମସିହାରେ ଆରମ୍ଭ ହୋଇଥିଲା। ସେତେବେଳେ ୫୪ କୋଟି ୯୭ ଲକ୍ଷ ଟଙ୍କା ବ୍ୟୟରେ କାର୍ଯ୍ୟ ଠିକା ସଂସ୍ଥା ଦ୍ୱାରା ଆରମ୍ଭ କରାଯାଇଥିବା ବେଳେ ୨୦୧୭ ଶେଷ ସୁଦ୍ଧା କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ଧାର୍ଯ୍ୟ ହୋଇଥିଲା। ତେବେ ନିମ୍ନମାନର କାର୍ଯ୍ୟ, ବାଦବିବାଦ ଯୋଗୁ ବର୍ତ୍ତମାନ ଏହାର ବ୍ୟୟ ଅଟକଳ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ରହିଛି। ୨୦୨୨ ଏପ୍ରିଲ ପହିଲାରେ ଉକ୍ତ ବ୍ରିଜ୍‌ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହେବା ନେଇ ସେତେବେଳର ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏବଂ ସ୍ଥାନୀୟ ବିଧାୟକ ସୁରେଶ କୁମାର ରାଉତରାୟ କହିଥିଲେ। ତେବେ ବଡ଼ବଜାର ଅଞ୍ଚଳରୁ ଜବରଦଖଲ ଉଚ୍ଛେଦ ହୋଇ ନ ଥିବାରୁ ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ସରିଲା ନାହିଁ। ପରବର୍ତ୍ତୀ ସମୟରେ ଜବରଦଖଲ ଉଚ୍ଛେଦ ହୋଇଥିଲା। ଆସନ୍ତା ମେ’ ୨୫ରେ ଓଭରବ୍ରିଜ ଲୋକାର୍ପିତ ହେବ ବୋଲି ପୁଣି ବିଧାୟକ ରାଉତରାୟ କହିଥିଲେ। ତେବେ ବର୍ତ୍ତମାନ ବଡ଼ବଜାର ଅଂଶରେ କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବାରୁ ମେ’ ୨୫ ସୁଦ୍ଧା କାର୍ଯ୍ୟ ସରିବ କି ନାହିଁ ସାଧାରଣରେ ଆଲୋଚନା ହେଉଛି। ଏନେଇ ଜଟଣୀର ପୂର୍ବତନ ନଗରପାଳ ଡ. ଗୌରୀପ୍ରସାଦ ସିଂ କୁହନ୍ତି, ଜିଲା ପ୍ରଶାସନ ତତ୍ପରତା ଦେଖାଇ ବଡ଼ବଜାର ଅଞ୍ଚଳର କାର୍ଯ୍ୟ ଶୀଘ୍ର ସମ୍ପୂର୍ଣ୍ଣ କରିପାରିଲେ ଆସନ୍ତା ମେ’୨୫ ରେ ଜନସାଧାରଣ ବ୍ରିଜ୍‌ରେ ଚଳପ୍ରଚଳ କରିପାରିବେ। ଅନ୍ୟପକ୍ଷରେ ରାଜନୈତିକ ଛକାପଞ୍ଝା ଯୋଗୁ ବର୍ତ୍ତମାନ ପର୍ଯ୍ୟନ୍ତ ବ୍ରିଜ୍‌ କାମ ସରୁ ନ ଥିବାରୁ ସାଧରଣ ଲୋକେ ପ୍ରଭାବିତ ହେଉଛନ୍ତି ବୋଲି ସ୍ଥାନୀୟ ସ୍ବେଚ୍ଛାସେବୀ ଟିକି ଦେଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri