ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁକ୍ରବାର ମାମଲାର ଶୁଣାଣି କରିଛନ୍ତି। ଶୁଣାଣିବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି। ଉକ୍ତ ସତ୍ୟପାଠରେ ଦର୍ଶାଯାଇଛି, ଭଦ୍ରକ ଜିଲା ଜେଲରେ ଏବେ ୩୦୩ ଜଣ ବିଚାରାଧୀନ କଏଦୀ ରହୁଛନ୍ତି। ମାତ୍ର ଏଠାରେ ୨୦୧ ଜଣ କଏଦୀ ରହିବାର କ୍ଷମତା ରହିଛି। ସେହିପରି ଯାଜପୁର ଜିଲା ଜେଲ୍‌ର କ୍ଷମତା ୧୩୩ ଥିବାବେଳେ ଏବେ ସେଠାରେ ୨୩୭ ଜଣ ବିଚାରାଧୀନ କଏଦୀ ରହୁଛନ୍ତି। ଭଦ୍ରକରେ ନିର୍ମାଣାଧୀନ ନୂଆ ଜେଲ ୨୦୨୭ ଜୁନ୍‌ରେ ଓ ଯାଜପୁରରେ ନିର୍ମାଣାଧୀନ ନୂଆ ଜେଲ ୨୦୨୬ ଜୁନ୍‌ରେ ଶେଷ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ତେବେ ଜେଲରୁ ଭିଡ଼ ହଟାଇବା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆସନ୍ତା ମେ’ ୩ ତାରିଖ ମଧ୍ୟରେ ଅବଗତ କରାଇବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ହାଇକୋର୍ଟ ମାମଲାର ଶୁଣାଣି କରି ଜେଲରେ ଅନ୍ତେବାସୀଙ୍କୁ ସର୍ବନିମ୍ନ ସୁବିଧା ଯଥା ଖାଦ୍ୟପେୟ, ବସ୍ତ୍ର, ପାଇଖାନା, ଗାଧୁଆଘର, ପାନୀୟଜଳ ଏବଂ ସେମାନଙ୍କର ଉପଯୁକ୍ତ ଯତ୍ନ ନିଆଯାଉଛି କି ନାହିଁ ସେନେଇ ତଥ୍ୟ ପ୍ରଦାନ କରିବାକୁ ଆଦେଶ ଦେଇଥିଲେ। ରାଜ୍ୟରେ ଜେଲ୍‌ ସଂସ୍କାର ସମ୍ପର୍କିତ ମାମଲାରେ ଜେଲରୁ ଭିଡ଼ କମାଇବା ଉପରେ ହାଇକୋର୍ଟ ପୂର୍ବରୁ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟରେ ଯେଉଁଠି ନୂଆ ଜେଲ୍‌ ପ୍ରକଳ୍ପ କରାଯାଉଛି ସେଠାରେ ଜେଲ ତିଆରି ସହିତ ଏକାସାଙ୍ଗେ ପାଚେରି ମଧ୍ୟ ତିଆରି କରିବାକୁ ହାଇକୋର୍ଟ ଆଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri