Posted inଖେଳ

ଅତ୍ୟଧିକ ଆତ୍ମବିଶ୍ୱାସ ଜଣଙ୍କୁ ମାରିଦିଏ: ବିଶ୍ୱକପ ଫାଇନାଲରେ ଆଫ୍ରିଦି କହିଥିବା ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୧୧: ବିଶ୍ୱକପ ୨୦୨୩ର ଫାଇନାଲ୍‌ ମ୍ୟାଚରେ ଟିମ ଇଣ୍ଡିଆ ବ୍ୟାଟିଂ କରୁଥିବାବେଳେ ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦି ଲାଇଭ ଟିଭିରେ ଏକ ବିବୃତ୍ତି ଦେଇଥିଲେ। ସେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ବିଷୟରେ କହିଥିଲେ ଯେ, ବେଳେବେଳେ ଅତ୍ୟଧିକ ଆତ୍ମବିଶ୍ୱାସ ଆପଣଙ୍କୁ ମାରିଦେଇଥାଏ। ଫାଇନାଲରେ ଟିମ ଇଣ୍ଡିଆର ପରାଜୟ ପରେ ପାକିସ୍ତାନର ଆଫ୍ରିଦିଙ୍କ ଏହି ମନ୍ତବ୍ୟ ଏବେ ଭାଇରାଲ ହେବାରେ ଲାଗିଛି।
ପାକିସ୍ତାନୀ ନ୍ୟୁଜ ଚ୍ୟାନେଲ ‘ସମ୍ବା ଟିଭି’ରେ ବିତର୍କ ବେଳେ ଆଫ୍ରିଦି ଏହା କହିଛନ୍ତି। ଏଠାରେ ମହମ୍ମଦ ୟୁସୁଫ ମଧ୍ୟ ତାଙ୍କ ସହିତ ପ୍ୟାନେଲରେ ଉପସ୍ଥିତ ଥିଲେ। ବିଶ୍ୱକପ ଫାଇନାଲରେ ଯେତେବେଳେ ଭାରତୀୟ ଇନିଂସ ପ୍ରଥମ ପାୱାରପ୍ଲେରେ ସଂଘର୍ଷ କରୁଥିଲା, ଆଫ୍ରିଦି ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଟାର୍ଗେଟ କରିଥିଲେ। ଆଫ୍ରିଦିଙ୍କ ଏହି ବିବୃତ୍ତି ଶୁଭମନ ଗିଲଙ୍କ ବେପରୁଆ ସଟ୍‌ ଏବଂ ରୋହିତ ଶର୍ମା ଏକ ଅନାବଶ୍ୟକ ସଟ୍‌ରେ ଆଉଟ୍‌ ହେବା ପରେ ଆସିଥିଲା। ଅତ୍ୟଧିକ ଆତ୍ମବିଶ୍ୱାସ ଯୋଗୁ ଏପରି ଘଟୁଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri