ଉଛୁଳିଲା ବୁଢ଼ାବଳଙ୍ଗ, ଗଙ୍ଗାହାର

ବାରିପଦା ଅଫିସ,୧୬।୯-ଲଘୁଚାପଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକରେ ବନ୍ୟା ସ୍ଥିତି ଉପୁଜିଛି। ବୁଢ଼ାବଳଙ୍ଗ, ଗଙ୍ଗାହାର, ପଳପଳା ଓ ସୋନ ନଦୀର ଜଳସ୍ତର ବୃଦ୍ଧି ପାଇ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ତଳିଆ ଅଞ୍ଚଳଗୁଡ଼ିକ ଜଳମଗ୍ନ ହେବା ସହ ବ୍ୟାପକ ଚାଷଜମି କ୍ଷତିଗ୍ରସ୍ତ ହୋଇଛି।
ବାରିପଦା ସହର ସମେତ ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ଦେଖିବାକୁ ମିଳିଛି। ବୁଢ଼ାବଳଙ୍ଗ ନଦୀରେ ବନ୍ୟାଜଳ ଦ୍ରୁତଗତିରେ ବୃଦ୍ଧି ପାଇବାରୁ ସହରର ମଧୁବନ ଅଞ୍ଚଳରେ ଥିବା ବସ୍ତିରେ ବନ୍ୟାଜଳ ପ୍ରବେଶ କରିଛି। ଫଳରେ ବସବାସ କରୁଥିବା ଲୋକେ ରାଜରାସ୍ତା ଉପରକୁ ଆସି ଆଶ୍ରୟ ନେଇଥିଲେ। ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ଅନ୍ୟା ଦାସ ଓ ବିଭାଗୀୟ ଅଧିକାରୀମାନେ ଘଟଣାସ୍ଥଳ ପରିଦର୍ଶନ କରିିବା ପରେ ବିପନ୍ନ ପରିବାରକୁ ନିକଟସ୍ଥ ସ୍କୁଲ ଘରେ ଥଇଥାନ କରି ସେମାନଙ୍କୁ ଶୁଖିଲା ଓ ରନ୍ଧାଖାଦ୍ୟ ଖାଦ୍ୟ ଯୋଗାଇ ଦିଆଯାଉଛି। ସେହିପରି ବଡ଼ସାହି ବ୍ଲକ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ଓ ଗଙ୍ଗାହାର ନଦୀର ଜଳସ୍ତର ବୃଦ୍ଧି ପାଇଛି। ଗଙ୍ଗାହାର ତଟବର୍ତ୍ତୀ ଗ୍ରାମଗୁଡ଼ିକରେ ବନ୍ୟାଜଳ ପ୍ରବେଶ କରିଛି। ବୈଶିଙ୍ଗା-ଉଦଳା, ବେତନଟୀ-ଉଦଳା, ବାରିପଦା-ଉଦଳା ଓ ବଡସାହି-କୁଆମରା ରାସ୍ତା ଉପରେ ବନ୍ୟା ଓ ବର୍ଷାଜଳ ପ୍ରବାହିତ ଯୋଗୁ ଉକ୍ତ ରାସ୍ତା ଦେଇ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି। ପଳପଳା ନଦୀର ବନ୍ୟାଜଳ ପାଇଁ ଶାମାଖୁଣ୍ଟା-ବାଙ୍ଗିରିପୋଷି ଯୋଗାଯୋଗ ବିଚ୍ଛିନ୍ନ। ବଡ଼ସାହି, ଗୋପବନ୍ଧୁନଗର ଓ ଖୁଣ୍ଟା ବ୍ଲକ ପ୍ରଶାସନ ପକ୍ଷରୁ ଶୁଖିଲା ଖାଦ୍ୟ ଗଚ୍ଛିତ ରଖାଯାଇଥିବା ବେଳେ ପରିସ୍ଥିତି ଉପରେ ସଜାଗ ରହିଛନ୍ତି। ବେତନଟୀ ବ୍ଲକ ଓରା ଚନ୍ଦାବିଲାଠାରେ ନିର୍ମାଣାଧୀନ ପୋଲ କାର୍ଯ୍ୟରେ ନିୟୋଜିତ ଥିବା ୪ ବ୍ୟକ୍ତି ବୁଢ଼ାବଳଙ୍ଗ ନଦୀ ସ୍ରୋତରେ ଭାସିଯିବା ଖବରପାଇ ବାରିପଦା ଓ ବେତନଟୀ ଅଗ୍ନିଶମ ବାହିନୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ। ସେମାନେ ହେଲେ ଗୋରା ଟୁଡୁ, ମହେଶ୍ୱର ସୋରେନ, ରଥ ମାରାଣ୍ଡି ଓ ଗଦାଧର ହାଁସଦା। ବୁଧବାର ଅପରାହ୍ନ ସୁଦ୍ଧା ବାରିପଦା ଅସ୍ତିଆଠାରେ ବୁଢ଼ାବଳଙ୍ଗ ଜଳସ୍ତର ୨୯ ମିଟର ରହିଥିବା ବେଳେ ବିପଦ ସଙ୍କେତଠାରୁ ୧.୯୨ମିଟର ବ୍ୟବଧାନରେ ରହିଛି। ସୋନ ନଦୀର ବିପଦ ସଙ୍କେତ ୨୬.୧ ମିଟର ଥିବାବେଳେ ଜଳସ୍ତର ୨୨.୦୬ ମିଟର ରହିଥିଲା। ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀରେ ବିପଦ ସଙ୍କେତ ୧୦.୩୬ ମିଟର ଥିବାବେଳେ ଜଳସ୍ତର ୯.୩୦ ମିଟର ଛୁଇଁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri