ଓଭର ହେଡ୍‌ ପାଣିଟାଙ୍କି କାର୍ଯ୍ୟକ୍ଷମ ହେଉନି

ଆଳି,୨୭ା୮(ଡି.ଏନ.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୋକମାନଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ ପ୍ରତି ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ କରି ୧ ଲକ୍ଷ ବିଶିଷ୍ଟ ଓଭର ହେଡ ପାଣି ଟାଙ୍କି ବସାଉଛନ୍ତି। ପାଣି ଟାଙ୍କି କାର୍ଯ୍ୟ ଶେଷ ହୋଇଛି। ହେଲେ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଏଭଳି ଏକ ସମସ୍ୟା ଦେଖିବାକୁ ମିଳିଛି ଆଳି ବ୍ଲକ ଡ଼ିମିରିପାଳ ପଞ୍ଚାୟତ ଅନ୍ତର୍ଗତ ମଧୁବନ ଗ୍ରାମରେ। ମଧୁବନ ଓ ମହାରକୁଳ ଗ୍ରାମରେ ବସବାସ କରୁଥିବା ୪ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ୨୦୧୮ରେ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଥିଲା। ଠିକାଦାରଙ୍କ ଖାମଖିଆଲି ମନୋଭାବ ଓ ଯନ୍ତ୍ରୀଙ୍କ ଉଦାସୀନତା ଯୋଗୁ ଆଜି ପର୍ଯ୍ୟନ୍ତ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁନି। ଠିକାଦାର ମନଇଚ୍ଛା କାର୍ଯ୍ୟ କରୁଛନ୍ତି। ପୁଷ୍ପଲତା ମଲିକ, ରୁକ୍ମଣୀ ବେହେରା, ପ୍ରଭାତି ବେହେରା, ଊର୍ମିଳା ବେହେରା, ରଞ୍ଜୁଳତା ବେହେରା, ଗୀତାଞ୍ଜଳି ବେହେରା, ତିଳୋତ୍ତମା ବେହେରା ପ୍ରମୁଖ ଅଭିଯୋଗ କରିଛନ୍ତି, ଗ୍ରାମରେ ଥିବା ନଳକୂପଗୁଡିକ ଅନେକ ସମୟରେ ଖରାପ ହୋଇଯାଉଛି। ଥରେ ଖରାପ ହେଲେ ମରାମତି ହେବାକୁ ୧୫ ଦିନ ଲାଗି ଯାଉଛି। ଫଳରେ ପାଣି ପାଇଁ ସେମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସରକାର ପାଣି ଯୋଗାଇବାକୁ ପ୍ରକଳ୍ପ କରିଥିଲେ ନା ଆମକୁ ଟାଙ୍କି ଦେଖାଇ ଭଣ୍ଡାଇବା ପାଇଁ କରିଥିଲେ ସେ ନେଇ ପ୍ରଶ୍ନ କରିଛନ୍ତି। ଶୀଘ୍ର ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ନ କଲେ ସେମାନେ କେନ୍ଦ୍ରାପଡ଼ା ଜିଲାପାଳଙ୍କ ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ଆଳି ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର କନିଷ୍ଠଯନ୍ତ୍ରୀ ଅଶୋକ ସାହୁଙ୍କୁ ପଚାରିବାରୁ ପ୍ରକଳ୍ପ କାର୍ଯ୍ୟ ଶେଷ ପର୍ଯ୍ୟାୟରେ। ପରୀକ୍ଷା ମୂଳକ ଭାବେ ଥରେ ଥରେ ପାଣି ଚଲା ଯାଇଥିଲା। ଆଉ ଅଳ୍ପ କିଛି କାର୍ଯ୍ୟ ବାକି ରହିଛି। ଖୁବଶୀଘ୍ର ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ଲୋକଙ୍କୁ ପାଣି ଯୋଗାଣ କରାଯିବ। ଏଠାରେ ଦେଖିବାକୁ ବାକି ରହିଲା କେବେ ମଧୁବନବାସୀଙ୍କୁ ପାଣି ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri