ଓଭର ହେଡ୍‌ ପାଣିଟାଙ୍କି କାର୍ଯ୍ୟକ୍ଷମ ହେଉନି

ଆଳି,୨୭ା୮(ଡି.ଏନ.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୋକମାନଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ ପ୍ରତି ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ କରି ୧ ଲକ୍ଷ ବିଶିଷ୍ଟ ଓଭର ହେଡ ପାଣି ଟାଙ୍କି ବସାଉଛନ୍ତି। ପାଣି ଟାଙ୍କି କାର୍ଯ୍ୟ ଶେଷ ହୋଇଛି। ହେଲେ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଏଭଳି ଏକ ସମସ୍ୟା ଦେଖିବାକୁ ମିଳିଛି ଆଳି ବ୍ଲକ ଡ଼ିମିରିପାଳ ପଞ୍ଚାୟତ ଅନ୍ତର୍ଗତ ମଧୁବନ ଗ୍ରାମରେ। ମଧୁବନ ଓ ମହାରକୁଳ ଗ୍ରାମରେ ବସବାସ କରୁଥିବା ୪ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ୨୦୧୮ରେ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଥିଲା। ଠିକାଦାରଙ୍କ ଖାମଖିଆଲି ମନୋଭାବ ଓ ଯନ୍ତ୍ରୀଙ୍କ ଉଦାସୀନତା ଯୋଗୁ ଆଜି ପର୍ଯ୍ୟନ୍ତ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁନି। ଠିକାଦାର ମନଇଚ୍ଛା କାର୍ଯ୍ୟ କରୁଛନ୍ତି। ପୁଷ୍ପଲତା ମଲିକ, ରୁକ୍ମଣୀ ବେହେରା, ପ୍ରଭାତି ବେହେରା, ଊର୍ମିଳା ବେହେରା, ରଞ୍ଜୁଳତା ବେହେରା, ଗୀତାଞ୍ଜଳି ବେହେରା, ତିଳୋତ୍ତମା ବେହେରା ପ୍ରମୁଖ ଅଭିଯୋଗ କରିଛନ୍ତି, ଗ୍ରାମରେ ଥିବା ନଳକୂପଗୁଡିକ ଅନେକ ସମୟରେ ଖରାପ ହୋଇଯାଉଛି। ଥରେ ଖରାପ ହେଲେ ମରାମତି ହେବାକୁ ୧୫ ଦିନ ଲାଗି ଯାଉଛି। ଫଳରେ ପାଣି ପାଇଁ ସେମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସରକାର ପାଣି ଯୋଗାଇବାକୁ ପ୍ରକଳ୍ପ କରିଥିଲେ ନା ଆମକୁ ଟାଙ୍କି ଦେଖାଇ ଭଣ୍ଡାଇବା ପାଇଁ କରିଥିଲେ ସେ ନେଇ ପ୍ରଶ୍ନ କରିଛନ୍ତି। ଶୀଘ୍ର ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ନ କଲେ ସେମାନେ କେନ୍ଦ୍ରାପଡ଼ା ଜିଲାପାଳଙ୍କ ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ଆଳି ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର କନିଷ୍ଠଯନ୍ତ୍ରୀ ଅଶୋକ ସାହୁଙ୍କୁ ପଚାରିବାରୁ ପ୍ରକଳ୍ପ କାର୍ଯ୍ୟ ଶେଷ ପର୍ଯ୍ୟାୟରେ। ପରୀକ୍ଷା ମୂଳକ ଭାବେ ଥରେ ଥରେ ପାଣି ଚଲା ଯାଇଥିଲା। ଆଉ ଅଳ୍ପ କିଛି କାର୍ଯ୍ୟ ବାକି ରହିଛି। ଖୁବଶୀଘ୍ର ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ଲୋକଙ୍କୁ ପାଣି ଯୋଗାଣ କରାଯିବ। ଏଠାରେ ଦେଖିବାକୁ ବାକି ରହିଲା କେବେ ମଧୁବନବାସୀଙ୍କୁ ପାଣି ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri