କାର୍ଯ୍ୟକ୍ଷମ ହେଉନି ଓଭରହେଡ୍‌ ପାଣିଟାଙ୍କି

ଧାମନଗର,୧୫।୩(ସ୍ବ.ପ୍ର.): ଗ୍ରାମାଞ୍ଚଳରେ ଲୋକଙ୍କ ଘରକୁ ସିଧାସଳଖ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ଓଭରହେଡ୍‌ ପାଣିଟାଙ୍କି ନିର୍ମାଣ କରାଯାଉଛି। କିନ୍ତୁ କେଉଁଠି ନିମ୍ନମାନର କାର୍ଯ୍ୟ ତ ଆଉ କେଉଁଠି ମନ୍ଥର ଗତିରେ କାମ ଚାଲିଥିବାରୁ ଅଦ୍ୟାବଧି ସମ୍ପୂର୍ଣ୍ଣ ହୋଇପାରୁ ନାହିଁ। ସେହିପରି ଟାଙ୍କି ନିର୍ମାଣ ସରିଥିଲେ ହେଁ କାର୍ଯ୍ୟକ୍ଷମ ହେଉ ନ ଥିବାରୁ ଲୋକଙ୍କ ପାଖରେ ପାଣି ପହଞ୍ଚତ୍ପାରୁ ନାହିଁ। ଭଦ୍ରକ ଜିଲା ଧାମନଗର ବ୍ଲକରେ ଏଭଳି ସମସ୍ୟା ଦେଖିବାକୁ ମିଳିଛି। ବ୍ଲକର ଅନେକ ପଞ୍ଚାୟତରେ ପୂର୍ବରୁ ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ପାଣିଟାଙ୍କିକୁ ମରାମତି ଓ ରଙ୍ଗ ଦେଇ ଲକ୍ଷାଧିକ ଟଙ୍କା ହେର୍‌ଫେର କରାଯାଉଥିବା ମଧ୍ୟ ଅଭିଯୋଗ ହେଉଛି। ପଧାନି ପଞ୍ଚାୟତରେ ୨ଟି ପାଣିଟାଙ୍କି ନିର୍ମାଣ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପାଣି ବୁନ୍ଦାଏ ବି ବାହାରିନି। ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପ୍ରାୟ ୨ କୋଟି ଟଙ୍କା ବ୍ୟୟରେ ୧ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ପାଣିଟାଙ୍କି ୨୦୧୭ରୁ ନିର୍ମାଣ ହୋଇଥିଲେ ମଧ୍ୟ ଷ୍ଟାଣ୍ଡପୋଷ୍ଟ ନିର୍ମାଣ ସମ୍ପୂର୍ଣ୍ଣ ହୋଇନାହିଁ। ଜଳ ଯୋଗାଣ ପାଇଁ ବିଛାଯାଇଥିବା ପାଇପ୍‌ ଅଧିକାଂଶ ଜାଗାରେ ଫାଟିଯାଇଛି। ଏହି ଟାଙ୍କି ଦ୍ୱାରା ପଧାନି, ରାମରାକୁଳ, ଆଠଗଡ଼ିଆ, ଦଶନ୍ଧିକୂଳ ଆଦି ଗ୍ରାମର ୪ ହଜାର ଲୋକଙ୍କୁ ପାନୀୟ ଜଳ ଯୋଗାଇବା ପାଇଁ ନିର୍ମାଣ କରାଯାଇଛି।
ପଞ୍ଚାୟତର କଣ୍ଟଦାଠାରେ ଆଉ ଏକ ଟାଙ୍କି ନିର୍ମାଣ କରାଯାଇଛି। ଏହି ଟାଙ୍କିରୁ କଣ୍ଟିଦୋଳ, ଭଗତପୁର, ଶାସନ ଆଦି ଗ୍ରାମର ୩ ହଜାର ଲୋକଙ୍କୁ ପାନୀୟ ଜଳ ଯୋଗାଇବାକୁ ଲକ୍ଷ୍ୟ ରଖାଯାଇଛି। ମନ୍ଥର ଗତିରେ କାମ ଚାଲୁଥିବାରୁ ୬ବର୍ଷ ହେଲା କାର୍ଯ୍ୟ ସରୁନାହିଁ। ଏହି ପଞ୍ଚାୟତ ବୈତରଣୀ, ଗେଙ୍ଗୁଟି ଓ କୋଚିଳା ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ହୋଇଥିବାରୁ ସରକାର ଏହାକୁ ଲୁଣି ଅଞ୍ଚଳ ଘୋଷଣା କରିଛନ୍ତି। ଏହି ଅଞ୍ଚଳରେ ନଳକୂପରୁ ଲୁଣିପାଣି ବାହାରୁଥିବାରୁ ମଧୁର ପାନୀୟ ଜଳ ଯୋଗାଣ ପାଇଁ ଗ୍ରାମ୍ୟ ଜଳ ଯୋଗାଣ ଯୋଜନାରେ ଟାଙ୍କି ନିର୍ମାଣ କରାଯାଉଛି। ମାତ୍ର ଏହା କାର୍ଯ୍ୟକ୍ଷମ ହୋଇପାରୁ ନ ଥିବାରୁ ଲୋକେ ପିଇବା ପାଣି ପାଇଁ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅପରପକ୍ଷେ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ହୋଇଥିବା ଟାଙ୍କିକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ହେଲେ ଜଳ ଯୋଗାଣ ହେଉ ନ ଥିଲେ ମଧ୍ୟ ମାସିକ ୨୫ ଶହ ଟଙ୍କା ବିଲ୍‌ ଦେବାକୁ ପଡ଼ୁଛି। ଏନେଇ ବାରମ୍ବାର ବିଡିଓ, ଜିଲାପାଳ ଓ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହିଁ ବୋଲି ସରପଞ୍ଚ ଅଶୋକ ପୁହାଣ କହିଛନ୍ତି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଯସ୍ମିନ ଦାସ କହିଛନ୍ତି, ପଧାନି ପଞ୍ଚାୟତ କଣ୍ଟଦାଠାରେ ହୋଇଥିବା ପାଣି ଟାଙ୍କିକୁ ବିଦ୍ୟୁତ୍‌ ସଂଯୋଗ ହୋଇ ନ ଥିବାରୁ ପାଣି ଯୋଗାଣ ହୋଇପାରୁ ନାହିଁ। ତେବେ ତୁରନ୍ତ ପଦକ୍ଷେପ ନିଆଯାଇ ଲୋକଙ୍କୁ ପାଣି ଯୋଗାଣ ହେବ। ସେହିପରି ପଞ୍ଚାୟତ ଅଫିସ୍‌ ନିକଟ ପାଣି ଟାଙ୍କିରେ ପରୀକ୍ଷା ନିରୀକ୍ଷା ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?