ଅଚଳ ଓଭରହେଡ୍‌ ପାଣି ଟାଙ୍କିର ମରାମତି ହେବ

ଡେରାବିଶ,୪ା୭(ସ୍ବ.ପ୍ର.): ରାଜ୍ୟ ସରକାର ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ତତ୍ତ୍ୱାବଧାନରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଡେରାବିଶ ବ୍ଲକ ଅନ୍ତର୍ଗତ ଗୁଆଳସିଂ ପଞ୍ଚାୟତର ଠାକୁରହାଟଠାରେ ୧୦ ବର୍ଷ ପୂର୍ବରୁ ନିର୍ମିତ ହୋଇଥିବା ଓଭରହେଡ୍‌ ପାଣି ଟାଙ୍କିଟି ନିର୍ମାଣର ୨ ବର୍ଷ ପରେ ଅଚଳ ହୋଇପଡିଥିଲା। ବିଭାଗୀୟ କର୍ତ୍ତୃପକ୍ଷ ଖରାପ ହୋଇଥିବା ଏହି ପାଣି ଟାଙ୍କିକୁ ମରାମତି କରିବା ପରିବର୍ତ୍ତେ ପ୍ରତ୍ୟେକ ବର୍ଷ ବାହାରପଟୁ ରଙ୍ଗ କରି ସରକାରୀ ଅର୍ଥକୁ ହରିଲୁଟ୍‌ କରିଚାଲିଥିଲେ। ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପାଣି ଟାଙ୍କି ବଦଳରେ ପାଣି ପମ୍ପ ଯୋଗେ ପାନୀୟଜଳ ଯୋଗାଇବାର ବନ୍ଦୋବସ୍ତ କରାଯାଇଥିଲା। ହେଲେ ପଞ୍ଚାୟତ ଅଧୀନ ୮ଟି ୱାର୍ଡର ଶେଷମୁଣ୍ଡ ଯାଏ ଠିକ୍‌ ଢଙ୍ଗରେ ପାଣି ପହଞ୍ଚତ୍ପାରୁ ନ ଥିଲା। ପଞ୍ଚାୟତବାସୀଙ୍କ ପକ୍ଷରୁ ବାରମ୍ବାର କେନ୍ଦ୍ରାପଡ଼ା ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କଠାରୁ ଆରମ୍ଭ କରି ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କ ଯାଏ ଅଭିଯୋଗ ହୋଇଆସୁଥିଲା। ହେଲେ ଏ ନେଇ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିଲା। ତେବେ ମେ’ ୨୯ରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରଭାତୀ ମଲ୍ଲିକଙ୍କ ଦ୍ୱାରା ଆହୁତ ସ୍ବତନ୍ତ୍ର ବୈଠକରେ ଗୁଆଳସିଂ ସରପଞ୍ଚ ମଧୁସ୍ମିତା ଦାସ ଗ୍ରାମ୍ୟ ପାନୀୟଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ପୃକ୍ତ ପଞ୍ଚାୟତର ପ୍ରତି ଜଳ ଯୋଗାଣ ବ୍ୟବସ୍ଥାରେ ବ୍ୟାପକ ଅଣଦେଖା ନେଇ ପ୍ରତିବାଦ କରିଥିଲେ। ୭ ଦିନ ଭିତରେ ଏହି ସମସ୍ୟାର ସମାଧାନ ନ ହେଲେ ବିଭାଗୀୟ କାର୍ଯ୍ୟାଳୟ ସମ୍ମୁଖରେ ସେ ଧାରଣରେ ବସିବେ ବୋଲି ଚେତାବନୀ ଦେଇଥିଲେ। ବ୍ଲକ କନିଷ୍ଠ ଯନ୍ତ୍ରୀ ଦୁଇଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ ହେବ କହି ସମୟ ଗଡ଼ାଇ ଚାଲିଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ସରପଞ୍ଚ ଦାସ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ପୁନର୍ବାର ଦାବି ଜଣାଇବା ପରେ ବିଭାଗୀୟ କର୍ତ୍ତୃପକ୍ଷ ଏହାକୁ ଗୁରୁତ୍ୱ ଦେବା ସହ ଯୁଦ୍ଧକାଳୀନ ଭିତ୍ତିରେ ଏହି ଟାଙ୍କିର ମରାମତି ହେବ ବୋଲି କହିଥିଲେ। ତୁରନ୍ତ ପାନୀୟଜଳ ଯୋଗାଇ ଦେବାକୁ ନିର୍ବାହୀ ଯନ୍ତ୍ରୀ ବସନ୍ତ କୁମାର ନାୟକ, ଡେରାବିଶ ବ୍ଲକର କନିଷ୍ଠ ଯନ୍ତ୍ରୀ ଦେବାଶିଷ ଧଳ ଓ ବିଭୁଦତ୍ତ ଦାସ ଶନିବାର ଘଟଣାସ୍ଥଳକୁ ଯାଇ ଅଚଳ ହୋଇପଡ଼ିଥିବା ଟାଙ୍କିକୁ ଅନୁଧ୍ୟାନ କରି ଫେରିଛନ୍ତି। ତେବେ ସୋମବାରଠାରୁ ଏହି ଟାଙ୍କି ମରାମତି କରାଯାଇ ତୁରନ୍ତ ଲୋକଙ୍କୁ ପାନୀୟଜଳ ଯୋଗାଇ ଦିଆଯିବ ବୋଲି କନିଷ୍ଠ ଯନ୍ତ୍ରୀ ଧଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri