ଖଣି ଅଞ୍ଚଳରେ ଓଭରଲୋଡିଂ

ଯାଜପୁର ଅଫିସ,୨୦ା୧୨: ଯାଜପୁର ଜିଲାରେ ପଥରକ୍ବାରି ଓ କ୍ରଶର ସମେତ ବାଲି ଖାଦାନଗୁଡ଼ିକରୁ ଓଭରଲୋଡିଂ ଗାଡ଼ି ଚଳାଚଳ ଅଣାୟତ୍ତ ହୋଇଛି। ବିଶେଷକରି ସୁକିନ୍ଦା ଅଞ୍ଚଳକୁ ଢେଙ୍କାନାଳ ଜିଲା ଭୁବନ ଏବଂ ଯାଜପୁର ଜିଲାର ଚଢ଼େଇଧରା ଅଞ୍ଚଳରୁ ଚିପ୍ସ, ମେଟାଲ, ବୋଲଡର ଓ ବାଲି ଓଭରଲୋଡିଂ ପରିବହନ ଯୋଗୁ ସଂପୃକ୍ତ ରାସ୍ତାଗୁଡ଼ିକ ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ ହୋଇଛି। ଜିଲାଗୁଡ଼ିକରେ ଆଞ୍ଚଳିକ ପରିବହନ ଅଧିକାରୀମାନେ ନିଜେ ଦାୟିତ୍ୱ ନେଇ ଓଭରଲୋଡିଂ ଗାଡ଼ି ଚଳାଚଳକୁ ରୋକିବାକୁ ନିର୍ଦ୍ଦେଶ ହୋଇଥିଲେ ହେଁ ଏହା କାର୍ଯ୍ୟକାରୀ ହେଉ ନ ଥିବାରୁ ସଡ଼କ ସୁରକ୍ଷା ଆଇନ ଲକ୍ଷ୍ୟଚ୍ୟୁତ ହୋଇଛି।
ଜିଲାର ଧର୍ମଶାଳା ତହସିଲ ଅଞ୍ଚଳରୁ ହାଇୱା, ଟ୍ରକ୍‌, ଟ୍ରାକ୍ଟରରେ ବେଆଇନ ଓଭରଲୋଡିଂ ଗାଡ଼ି ଚଳାଚଳ କରୁଛି। ଦିନକୁ ୨ହଜାରରୁ ଊର୍ଦ୍ଧ୍ୱ ବୋଲଡର, ଗେଟି, ଚିପ୍ସ ଆଦି ମାଲ ଓଭରଲୋଡିଂ ଗାଡ଼ି ଚଳାଚଳ କରୁଥିଲେ ହେଁ ରାଜସ୍ବ ଆଦାୟ ଅଶାନୁରୂପ ହୋଇ ପାରୁନାହିଁ। ବରଂ ମାସକୁ ବେଆଇନ ଭାବେ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଅସୁଲି କରାଯାଉଛି। ଫଳରେ ବର୍ଷକୁ ସରକାର ୧୦କୋଟିରୁ ଉର୍ଦ୍ଧ୍ୱ ଟଙ୍କା କେବଳ ଓଭରଲୋଡିଂ ବାବଦକୁ ରାଜସ୍ବ ହରାଉଛନ୍ତି। ଏହି ବେଆଇନ କାର୍ଯ୍ୟରେ ରାଜ୍ୟ ପରିବହନ ବିଭାଗର କେତେଜଣ ଉଚ୍ଚପଦସ୍ଥ ଅଧିକାରୀ ସାମିଲ ଥିବାରୁ ଆଞ୍ଚଳିକ ପରିବହନ ବିଭାଗକୁ ସୁହାଇଲା ଭଳି ବାର୍ଷିକ ରାଜସ୍ବ ଆଦାୟ ଲକ୍ଷ୍ୟଧାର୍ଯ୍ୟ ଦିଆଯାଉଛି। ଫଳରେ ବିଭାଗ ଅତି ସହଜରେ ଲକ୍ଷ୍ୟଧାର୍ଯ୍ୟ ହାସଲ କରି ବାହୁସ୍ଫୋଟ ମାରୁଥିବା ଅଭିଯୋଗ ହେଉଛି। କାଳିଆପାଣି ଅଞ୍ଚଳରେ ଥିବା ଇମ୍ଫା, ଟାଟା ଖଣି, ଓଏମ୍‌ସି, ଫେକର ଆଦି ଖଣିରେ ଭୂତଳରୁ ଖଣିଜ ସାମଗ୍ରୀ ଉତ୍ତୋଳନ ହେଉଛି। ତେଣୁ ଏହି ଭୂତଳ ଅଞ୍ଚଳରେ ପୋତିବାକୁ ପ୍ରାୟ ୧୦୦ ରୁ ୧୫୦ ଟ୍ରିପ୍‌ ବାଲିର ଆବଶ୍ୟକତା ପଡ଼ିଥାଏ। ତେଣୁ ଖଣି ଅଞ୍ଚଳକୁ ଆବଶ୍ୟକ ବାଲି ବ୍ରାହ୍ମଣୀ ନଦୀର ଭୁବନ, ମାର୍ଥାପୁର, କବାଟବନ୍ଧ ଆଦି ଅଞ୍ଚଳରୁ ପରିବହନ ହୋଇଥାଏ। ଏହାବାଦ ଚଢେଇଧରା ଅଞ୍ଚଳରୁ ଚିପ୍ସ, ମେଟାଲ ଆଦି ଖଣି ଅଞ୍ଚଳକୁ ଯାଇଥାଏ। ଚଢେଇଧରା ଓ ଭୁବନରୁ କାଳିଆପାଣି ଯାଉଥିବା ଗାଡ଼ିଗୁଡ଼ିକ ଢେଙ୍କାନାଳ ଓ ଚଣ୍ଡିଖୋଲ ଆରଟିଓ ଅଧୀନରେ ରହିଛି। ଏହି ରାସ୍ତାଗୁଡ଼ିକରେ କ୍ଷମତାରୁ ଅତ୍ୟଧିକ ପଥର ଓ ବାଲି ବୋଝେଇ ହେଉଥିବାରୁ ସାଧାରଣ ଲୋକଙ୍କ ପ୍ରତି ବିପଦ ଆଶଙ୍କା ରହୁଛି। କେବଳ ଟ୍ରକ୍‌ ଓ ଟ୍ରାକ୍ଟର ଉପରେ ବିଭାଗ ଦାଉ ସାଧୁଥିବାବେଳେ ଓଭରଲୋଡିଂ ହାଇୱା ଗାଡ଼ିଗୁଡ଼ିକୁ ପରିବହନ ବିଭାଗ ଆଦୌ ଧରୁନାହିଁ। ଓଭରଲୋଡିଂ ମାଲ ପରିବହନ ଯୋଗୁ ଅନେକ ରାସ୍ତା ଫାଟି ନଷ୍ଟ ହେଉଛି। ଏହି ଓଭରଲୋଡିଂ କାରବାରରେ ଖଣି କମ୍ପାନୀର କେତେଜଣ ଅଧିକାରୀଙ୍କ ସମ୍ପୃକ୍ତି ରହିଛି ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଏ ସଂକ୍ରାନ୍ତରେ କାଳିଆପାଣି ଅଞ୍ଚଳର ଲୋକେ ଢେଙ୍କାନାଳ ଓ ଯାଜପୁର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କିଛି ସୁଫଳ ମିଳି ପାରିନାହିଁ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri