ଓଭରଲୋଡିଂ ମୋରମ ପରିବହନ, ଦବୁଛି ରାସ୍ତା

ଯାଜପୁର ଅଫିସ,୯।୧: ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟରୁ ଅନତି ଦୂର ଯାଜପୁର ତହସିଲ ଅଧୀନ ବୈତରଣୀ ନଦୀର ଦେବୀଗୌଡ଼ା ଘାଟରୁ ମେଶିନ ଲଗାଇ ବାଲି ଉତ୍ତୋଳନ ହେଉଛି। ଏହାକୁ ପୁଣି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଦେଇ ହାଇୱା ଗାଡ଼ି ଯୋଗେ ଓଭରଲୋଡିଂ ପରିବହନ ହେଉଛି। ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସୁଥିବା ଲୋକେ ବାୟୁ ପ୍ରଦୂଷଣରେ ନାହିଁ ନଥିବାର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେହିପରି ବ୍ୟାସନଗର ତହସିଲ ଅନ୍ତର୍ଗତ ମଞ୍ଜୁରୀ ମୌଜାର ଏକ ଜଙ୍ଗଲ କିସମ ଜମିରୁ ପୋଖରୀ ଖନନ ନାମରେ ବ୍ୟାପକ ଭାବେ ମୋରମ ଉତ୍ତୋଳନ କରାଯାଉଛି। ଏହି ମୋରମକୁ ଯାଜପୁରରୋଡ ପାଣିକୋଇଲି ୨୦ ନମ୍ବର ଜାତୀୟ ରାଜପଥ(ଏନ୍‌ଏଚ୍‌) ଦେଇ ହାଇୱା ଗାଡିରେ ଅତିରିକ୍ତ ଡାଲା ବୃଦ୍ଧି କରି ଓଭରଲୋଡିଂ ପରିବହନ ହେଉଛି। ଏଥିଯୋଗୁ ୨୦ ନମ୍ବର ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଦବି ଯିବା ସହ ଏକାଧିକ ଖାଲ ସୃଷ୍ଟି ହୋଇଛି ବୋଲି ମତପ୍ରକାଶ ପାଇଛି। ପରିବହନ ସମୟରେ ରାସ୍ତାରେ ମୋରମ ପଡୁଥିବାରୁ ଅନ୍ୟ ଛୋଟ ଗାଡି ଓ ବାଇକ ଆରୋହୀଙ୍କ ପାଇଁ ବିପଦ ହେଉଛି। ଓଭରଲୋଡିଂ ତନଖି ଦାୟିତ୍ୱରେ ଥିବା ଅଧିକାରୀମାନେ ଏହି ବ୍ୟବସାୟୀମାନଙ୍କଠାରୁ ମୋଟା ଅଙ୍କର ହାତଗୁଞ୍ଜା ନେଇ ନୀରବ ସାଜିଛନ୍ତି। ଏଠାରେ ପ୍ରଶାସନ ହାର ମାନି ହାତ ଟେକି ଦେଇଥିବା ଭଳି ମନେ ହୁଏ। ପରିବହନ ବିଭାଗର ନିଷ୍କ୍ରିୟତା ତଥା ଉଦାସୀନତା କାରଣରୁ ୬ଚକିଆ ଟ୍ରକଗୁଡିକ ୯.୫ ଟନ୍‌ ପରିବର୍ତ୍ତେ ୨୦ରୁ ୨୫ ଟନ୍‌ ମାଲ ପରିବହନ କରୁଥିବାବେଳେ ୧୦ଚକିଆ ଟ୍ରକଗୁଡିକ ୧୬ ଟନ୍‌ ପରିବର୍ତ୍ତେ ୪୦ ରୁ ୫୦ ଟନ, ୧୨ଚକିଆ ଟ୍ରକଗୁଡିକ ୨୦ ଟନ୍‌ ପରିବର୍ତ୍ତେ ୫୦ ରୁ ୬୦ ଟନ୍‌ ମାଲ ପରିବହନ କରୁଥିବା ଦେଖିବାକୁ ମିଳୁଛି। ୪୦୭ ମିନିଟ୍ରକଗୁଡିକ ୩ ଟନ୍‌ର ମାଲ ପରିବହନ କରିପାରିବାର ସରକାରୀ ନିୟମ ରହିଥିବାବେଳେ ଏମାନେ ୭ ରୁ ୮ ଟନ୍‌ ମାଲ ପରିବହନ କରୁଛନ୍ତି। ଓଭରଲୋଡିଂ ମାଲ ପରିବହନ କରି ଗାଡିଚାଳକ ଓ ମାଲିକମାନେ ଅଧିକ ମୁନାଫା ପାଉଥିବାବେଳେ ରାଜ୍ୟ ସରକାର କୋଟି କୋଟି ଟଙ୍କା ରାଜସ୍ବ ହରାଉଛି। ଏ ସଂକ୍ରାନ୍ତରେ ଯାଜପୁର ଆଞ୍ଚଳିକ ପରିବହନ ଅଧିକାରୀ ସଚିଦାନନ୍ଦ ପଣ୍ଡାଙ୍କୁ ପଚାରିବାରେ ସେ କହିଛନ୍ତି, ରୀତିମତ ଭାବେ ଚେକିଂ ଚାଲିଛି। ତଥାପି ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ଏ ସଂକ୍ରାନ୍ତରେ ସୂଚାଇ ଦେଇ ଅଧିକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri