ରାତାରାତି ମିଳିଥିଲା ଷ୍ଟାର୍‌ ଡମ୍‌…

ମୁମ୍ବାଇ,୮।୬: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ ୧୬ ବର୍ଷ ବୟସ ହୋଇଥିବାବେଳେ ରାଜକପୁର ଡିମ୍ପଲଙ୍କୁ ଫିଲ୍ମ ବବି ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିବାର ସୁଯୋଗ ଦେଇଥିଲେ। ମେରା ନାମ ଜୋକର ଫିଲ୍ମ ପରେ ରାଜ କପୁରଙ୍କ ସ୍ଥିିତି ଖରାପ ଥିଲା। ସେ ବବି ଫିଲ୍ମ ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ। ରିଷି କପୁରଙ୍କ ସହିତ ବବି ଫିଲ୍ମରେ ଡିମ୍ପଲ ସ୍କ୍ରିନ ଶେୟାର କରି ଦର୍ଶକଙ୍କ ହୃଦୟକୁ ଜିଣି ନେଇଥିଲେ। ବବି ପରେ ଡିମ୍ପଲଙ୍କ ଜୀବନରେ ଆସିଥିଲା ବିରାଟ ପରିବର୍ତ୍ତନ। ବବି ମୁକ୍ତି ଲାଭ କରିବା ପୂର୍ବରୁ ସୁପରଷ୍ଟାର ରାଜେଶ ଖାନ୍ନା ଡିମ୍ପଲଙ୍କୁ ବିବାହ କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ରାଜେଶଙ୍କ ବୟସ ସେତେବେଳେ ୩୧ ଥିଲା। ସେ ଡିମ୍ପଲଙ୍କଠାରୁ ୧୫ ବର୍ଷ ବୟସ ବଡ଼ଥିଲେ। ତେବେ ଦୁହିଁଙ୍କ ବିବାହ ହୋଇଥିଲା। ଏହା ପରେ ବବି ଫିଲ୍ମ ୧୯୭୩ରେ ପରଦାକୁ ଆସିଥିଲା। ଏହି ଫିଲ୍ମ ବକ୍ସ ଅଫିସ ରେକର୍ଡ ଭାଙ୍ଗିବାକୁ ସକ୍ଷମ ହୋଇଥିଲା। ରାତାରାତି ଡିମ୍ପଲ ଷ୍ଟାରଡମ ହାସଲ କରିଥିଲେ। ଏହା ସହିତ ରାଜକପୁରଙ୍କ ସ୍ଥିତିରେ ମଧ୍ୟ ପରିବର୍ତ୍ତନ ହୋଇଥିଲା। ବବି ଫିଲ୍ମର ହମ୍‌ ତୁମ୍‌ ଏକ କମରେ ମେ ବନ୍ଦ ହୈ… ଗୀତ ଏବେ ବି ମନରେ ଶିହରଣ ଆଣିଥାଏ। ଏହାପରେ ୧୯୮୪ରୋ ଡିମ୍ପଲ ସାଗର ଫିଲ୍ମରେ ବଲିଉଡ୍‌କୁ ଫେରିଥିଲେ। ୧୯୮୭ରେ କାଶ୍‌, ୧୯୯୦ରେ ଦୃଷ୍ଟି, ୧୯୯୧ରେ ଲେକିନ୍‌, ୧୯୯୩ରେ ରୁଦାଲି, ୧୯୯୩ରେ ଗରଦିଶ୍‌, ୧୯୯୪ରେ କ୍ରାନ୍ତିବୀର ଆଦିରେ ଅଭିନୟ କରି ସେ ଇଣ୍ଡଷ୍ଟ୍ରିରେ ବେଶ୍‌ ସଫଳ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?