ମଣ୍ଡିରେ ଧାନ ବିକ୍ରିର ସମୀକ୍ଷା, ହସ୍ତତନ୍ତ କାର୍ଯ୍ୟ ତଦାରଖ

ନବରଙ୍ଗପୁର,୨୧।୧(ବି.ପ୍ର.): ରାଜ୍ୟ ବିଧାନସଭା ଷ୍ଟାଣ୍ଡିଂ ସବ୍‌ କମିଟି ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ ସଭାଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ କମିଟି ଅଧ୍ୟକ୍ଷ ବିଧାୟକ ଅରବିନ୍ଦ ଢାଲି ଯୋଗଦେଇ ଜିଲାରେ ଖୋଲାଯାଇଥିବା ମଣ୍ଡିରେ ଚାଷୀଙ୍କ ଧାନ ସଂଗ୍ରହ ପ୍ରକ୍ରିୟାର ଆନୁଷଙ୍ଗିକ ବ୍ୟବସ୍ଥା, ମଣ୍ଡିରେ ଚାଷୀଙ୍କ ପାଇଁ ଆବଶ୍ୟକ ସୁବିଧା, ନିୟନ୍ତ୍ରିତ ବଜାର କମିଟିର ଭିତ୍ତିଭୂମିର ବ୍ୟବସ୍ଥା ବିଷୟରେ ସମୀକ୍ଷା କରିଥିଲେ। ବିଶେଷକରି ଚାଷୀଙ୍କ ରହିଥିବା ସମସ୍ୟାର ସମାଧାନ କିପରି କରାଯାଇପାରିବ ସେ ସମ୍ପର୍କରେ ବୈଠକର ମତାମତକୁ ନେଇ ସରକାରଙ୍କ ପାଖରେ ଉପସ୍ଥାପନ କରାଯିବ ବୋଲି ସେ କହିଥିଲେ। ଏହି କମିଟିର ସଦସ୍ୟ ତଥା ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମଣ୍ଡି ବ୍ୟବସ୍ଥା ଓ ଚାଷୀମାନଙ୍କର ସମସ୍ୟାର ସମାଧାନ ପାଇଁ ଆବଶ୍ୟକ ପଦେକ୍ଷପ ନେବା ପାଇଁ ମତ ରଖିଥିଲେ। ନବରଙ୍ଗପୁର ଜିଲାପାଳ କମଳଲୋଚନ ମିଶ୍ର ମଣ୍ଡି ମାଧ୍ୟମରେ ଧାନ ସଂଗ୍ରହ ପ୍ରକ୍ରିୟାର ଆନୁଷଙ୍ଗିକ ବ୍ୟବସ୍ଥା, ନିୟନ୍ତ୍ରିତ ବଜାର କମିଟିର ଭିତ୍ତିଭୂମି ସମ୍ପର୍କରେ ଅବଗତ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ପ୍ରଶାନ୍ତ ରାଉତ, ଜିଲା ଯୋଗାଣ ଅଧିକାରୀ ସଞ୍ଜୀବ ସାହୁ, ଜୟପୁର ଡିଆର୍‌ସିଏସ୍‌ ସି.ଏଚ୍‌. ଭବାନୀ ପ୍ରସାଦ, ଏଆର୍‌ସିଏସ୍‌ ମୋନିକା ରାୟ, ଓଏସ୍‌ସିଏସ୍‌ସି ଜି.ଏମ୍‌. ଜୟଶ୍ରୀ ସେନାପତି ପ୍ରମୁଖ ଯୋଗଦେଇଥିଲେ। ବୈଠକ ପରେ କମିଟି କ୍ଷେତ୍ର ପରିଦର୍ଶନରେ ସାନମସିଗାଁ ଯାଇ ସେଠାରେ ଧାନମଣ୍ଡି, ହସ୍ତତନ୍ତ, ହ୍ୟାଣ୍ଡଲୁମ୍‌, ଟସର ବସ୍ତ୍ର ବୁଣିବା କାର୍ଯ୍ୟ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri