ମଣ୍ଡିରେ ଧାନ ବିକ୍ରିର ସମୀକ୍ଷା, ହସ୍ତତନ୍ତ କାର୍ଯ୍ୟ ତଦାରଖ

ନବରଙ୍ଗପୁର,୨୧।୧(ବି.ପ୍ର.): ରାଜ୍ୟ ବିଧାନସଭା ଷ୍ଟାଣ୍ଡିଂ ସବ୍‌ କମିଟି ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ ସଭାଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ କମିଟି ଅଧ୍ୟକ୍ଷ ବିଧାୟକ ଅରବିନ୍ଦ ଢାଲି ଯୋଗଦେଇ ଜିଲାରେ ଖୋଲାଯାଇଥିବା ମଣ୍ଡିରେ ଚାଷୀଙ୍କ ଧାନ ସଂଗ୍ରହ ପ୍ରକ୍ରିୟାର ଆନୁଷଙ୍ଗିକ ବ୍ୟବସ୍ଥା, ମଣ୍ଡିରେ ଚାଷୀଙ୍କ ପାଇଁ ଆବଶ୍ୟକ ସୁବିଧା, ନିୟନ୍ତ୍ରିତ ବଜାର କମିଟିର ଭିତ୍ତିଭୂମିର ବ୍ୟବସ୍ଥା ବିଷୟରେ ସମୀକ୍ଷା କରିଥିଲେ। ବିଶେଷକରି ଚାଷୀଙ୍କ ରହିଥିବା ସମସ୍ୟାର ସମାଧାନ କିପରି କରାଯାଇପାରିବ ସେ ସମ୍ପର୍କରେ ବୈଠକର ମତାମତକୁ ନେଇ ସରକାରଙ୍କ ପାଖରେ ଉପସ୍ଥାପନ କରାଯିବ ବୋଲି ସେ କହିଥିଲେ। ଏହି କମିଟିର ସଦସ୍ୟ ତଥା ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମଣ୍ଡି ବ୍ୟବସ୍ଥା ଓ ଚାଷୀମାନଙ୍କର ସମସ୍ୟାର ସମାଧାନ ପାଇଁ ଆବଶ୍ୟକ ପଦେକ୍ଷପ ନେବା ପାଇଁ ମତ ରଖିଥିଲେ। ନବରଙ୍ଗପୁର ଜିଲାପାଳ କମଳଲୋଚନ ମିଶ୍ର ମଣ୍ଡି ମାଧ୍ୟମରେ ଧାନ ସଂଗ୍ରହ ପ୍ରକ୍ରିୟାର ଆନୁଷଙ୍ଗିକ ବ୍ୟବସ୍ଥା, ନିୟନ୍ତ୍ରିତ ବଜାର କମିଟିର ଭିତ୍ତିଭୂମି ସମ୍ପର୍କରେ ଅବଗତ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ପ୍ରଶାନ୍ତ ରାଉତ, ଜିଲା ଯୋଗାଣ ଅଧିକାରୀ ସଞ୍ଜୀବ ସାହୁ, ଜୟପୁର ଡିଆର୍‌ସିଏସ୍‌ ସି.ଏଚ୍‌. ଭବାନୀ ପ୍ରସାଦ, ଏଆର୍‌ସିଏସ୍‌ ମୋନିକା ରାୟ, ଓଏସ୍‌ସିଏସ୍‌ସି ଜି.ଏମ୍‌. ଜୟଶ୍ରୀ ସେନାପତି ପ୍ରମୁଖ ଯୋଗଦେଇଥିଲେ। ବୈଠକ ପରେ କମିଟି କ୍ଷେତ୍ର ପରିଦର୍ଶନରେ ସାନମସିଗାଁ ଯାଇ ସେଠାରେ ଧାନମଣ୍ଡି, ହସ୍ତତନ୍ତ, ହ୍ୟାଣ୍ଡଲୁମ୍‌, ଟସର ବସ୍ତ୍ର ବୁଣିବା କାର୍ଯ୍ୟ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?