ଲାଞ୍ଚନେଇ ମୃତ୍ତିକା ସଂରକ୍ଷଣ ବିଭାଗ ଓଭରସିଅର ଗିରଫ

ସୋନପୁର,୪ା୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ମୃତ୍ତିକା ସଂରକ୍ଷଣ ବିଭାଗ ଓଭରସିଅର ସୁଧାଂଶୁ ଶେଖର ରଣା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ କାଦୋଦର ପଞ୍ଚାୟତ ବୀରସିଂହପୁର ଗ୍ରାମର ଫାର୍ମପଣ୍ଡ ହିତାଧିକାରୀ ରାମଚନ୍ଦ୍ର ମହାକୁରଙ୍କ ନିକଟରୁ ମଷ୍ଟର ରୋଲ ପ୍ରସ୍ତୁତି ପାଇଁ ଲାଞ୍ଚ ନେଉଥିଲେ। ସୁବର୍ଣ୍ଣପୁର ସହର ପଟାଭାଡି ଛକରେ ରଣା ଲାଞ୍ଚ ନେଉଥିବା ବେଳେ ସମ୍ବଲପୁର ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଛି। ଏଥିସହ ଉଲୁଣ୍ଡାସ୍ଥିତ ଓଭରସିଅରଙ୍କ କାର୍ଯ୍ୟାଳୟ ଓ ବଲାଙ୍ଗୀର ସହର ରୁଗୁଡ଼ିପଡ଼ାସ୍ଥିତ ବାସଭବନରେ ଏକକାଳୀନ ଚଢ଼ାଉ କରାଯାଇଛି। ସୁବର୍ଣ୍ଣପୁର ଓ ବରଗଡ଼ର ୨ଟି ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଏହା ସହ ସମ୍ବଲପୁର ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ ୧୮/୨୪) ରୁଜୁ କରାଯାଇଛି। ଅଭିଯୁକ୍ତ ରଣାଙ୍କୁ ଶନିବାର ସନ୍ଧ୍ୟାରେ କୋର୍ଟଚାଲାଣ କରାଯାଇଛି।
ସୂଚନାନୁସାରେ, ଉଲୁଣ୍ଡା ବ୍ଲକ୍‌ ବୀରସିଂହପୁର ଗ୍ରାମର ରାମଚନ୍ଦ୍ର ମହାକୁରଙ୍କୁ ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ୨୦୨୩-୨୪ ଆର୍ଥତ୍କ ବର୍ଷରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଏକ ଫାର୍ମପଣ୍ଡ ମଞ୍ଜୁର ହୋଇଥିଲା। ହିତାଧିକାରୀ ମହାକୁର ନିଜ ଜମିରେ ୨ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଫାର୍ମପଣ୍ଡ ଖୋଳିଥିଲେ। ଚୂଡାନ୍ତ ବିଲ୍‌ ପାଇବା ପାଇଁ ସେ ଓଭରସିଅର ରଣାଙ୍କୁ ବାରମ୍ବାର ଅନୁରୋଧ କରିଥିଲେ। ତେବେ ମଷ୍ଟରରୋଲ ପ୍ରସ୍ତୁତି ପାଇଁ ରଣା ୧୧ହଜାର ଟଙ୍କା ଦାବି କରିଥିଲେ। ଶୁକ୍ରବାର ମହାକୁର ଏ ସମ୍ପର୍କରେ ସୁବର୍ଣ୍ଣପୁର ଭିଜିଲାନ୍ସ ଅଫିସରେ ଲିଖିତ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ଅନୁସାରେ ମହାକୁର ସୁବର୍ଣ୍ଣପୁର ସହରକୁ ଆସି ଦାବି ଅନୁଯାୟୀ ଓଭରସିଅର ରଣାଙ୍କୁ ରାସାୟନିକ ରଙ୍ଗବୋଳା ୧୧ହଜାର ଟଙ୍କା ପ୍ରଦାନ କରିଥିଲେ। ରଣା ଉକ୍ତ ଟଙ୍କା ଗ୍ରହଣ କରିବା ସମୟରେ ପୂର୍ବରୁ ଜଗି ରହିଥିବା ଭିଜିଲାନ୍ସ ବିଭାଗ କର୍ମଚାରୀମାନେ ତାଙ୍କୁ କାବୁ କରି ନେଇଥିଲେ। ତାଙ୍କ ନିକଟରୁ ୨୨ଟି ୫୦୦ଟଙ୍କିଆ ନୋଟ୍‌ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଜବତ କରାଯାଇଛି। ସୁବର୍ଣ୍ଣପୁର ଭିଜିଲାନ୍ସ ଡିଏସ୍‌ପି ରୀତାଞ୍ଜଳି ପ୍ରଧାନଙ୍କ ନେତୃତ୍ୱରେ ବରଗଡ ଭିଜିଲାନ୍ସ ଇନ୍ସପେକ୍ଟର ତୁଷାରକାନ୍ତ ମହାପାତ୍ର ଓ ଅନ୍ୟ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଏହି ଚଢ଼ାଉ ଜାରି ରହିଥିତ୍ତ୍ବାରୁ ପ୍ରକୃତ ସୂଚନା ମିଳିପାରିନି। ରଣା ଗତ ୨୦୨୨ ମେ ୧ ତାରିଖଠାରୁ ସୁବର୍ଣ୍ଣପୁର ଜିଲାରେ ଅବସ୍ଥାପିତ ଅଛନ୍ତି। ସେ କିଛି ମାସ ଧରି ଉଲୁଣ୍ଡା ବ୍ଲକର ଭାରପ୍ରାପ୍ତ ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀଭାବେ ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri