ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିଲେ: ବାଟରେ ଓଲଟିଲା ଅଟୋ

କୋକସରା,୧୪।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କାଉଡୋଳା ଲଡୁଗାଁ-କୁସୁମଖୁଣ୍ଟି ରାସ୍ତାର ବୁଲାଣିରେ ସୋମବାର ଏକ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ୭ଜଣ ମହିଳା, ପୁରୁଷଙ୍କ ସହ ୨ ଶିଶୁ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାଡିଛି।

ମିଳିଥିବା ସୂଚନା ମୁତାବକ, କଳାହାଣ୍ଡି ଜିଲା କୋକସରା ବ୍ଲକ ଧୋବେନପଡା ଗାଁର ୭ଜଣ ମହିଳା ପୁରୁଷଙ୍କ ସହ ୨ ଶିଶୁ ଏକ ଦଶାହ କାର୍ଯ୍ୟରେ ଯୋଗଦେବା ପାଇଁ ଜୟପାଟଣା ବ୍ଲକ ଧନସୁଲି ଗାଁକୁ ଯାଉଥିଲେ। ସେତିିକିବେଳେ କାଉଡୋଳା ଲଡୁଗାଁ ରାସ୍ତାର କୁସୁମଖୁଣ୍ଟି ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇ ଓଲଟି ପଡିଥିଲା। ଏଥିରେ ୯ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଏନେଇ ସ୍ଥାନୀୟ କେତେକ ଯୁବକ ପୋଲିସ ଏବଂ ଦମକଳ ବାହିନୀଙ୍କୁ ଖବର ଦେଇଥିଲେ। ଖବର ପାଇ ଦମକଳ ବାହିନୀ ପହଞ୍ଚ ି ସ୍ଥାନୀୟ ଯୁବକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରି ଅନ୍ୟ ଏକ ଅଟୋରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଗୁରୁତରମାନେ ହେଲେ କୋକସରା ବ୍ଲକ ଧୋବେନପଡ଼ା ଓ ନବରଙ୍ଗପୁର ଜିଲା ମୈଦଲପୁର ଗ୍ରାମର ଶତ୍ରୁଘ୍ନ ପାଳପୁରିଆ (୭୫), ଅନିରୁଦ୍ଧ ପାଳପୁରିଆ (୭୦) ଓ ସୋମନାଥ ନାଏକ (୪୫) ବୋଲି ଜଣାପଡିଛି। ଆହତମାନେ ହେଲେ ଆଲ୍ଲାଦିନି ସୁରପାଳ(୫୦), ଅହଲ୍ୟା ମାଝୀ(୩୦), ଗାୟିତ୍ରୀ ବାଗ(୫୦), ସୂର୍ଯ୍ୟ ବାଗ(୬୦), ଆଶିଷ ମାଝୀ(୩) ଓ ରୁଦ୍ର ମାଝୀ(୨)।

ଆମପାଣି ପୋଲିସ ଘଟଣାର ତଦନ୍ତ ଜାରି ରଖିଛନ୍ତି। ଅନ୍ୟପକ୍ଷେ ଶତ୍ରୁଘ୍ନ ପାଳପୁରିଆଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଭବାନୀପାଟଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତେବେ ଦୁର୍ଘଟଣା ପରେ ଅଟୋକୁ ଧରି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ଥିବା ଜଣାପଡିଛି। ଆମପାଣି ପୋଲିସ ଅଧିକାରୀ ଚତୁର୍ଭୁଜ ନାଏକ, ଏଏସଆଇ ଅକ୍ଷୟ ଜାଲ ଘଟଣାସ୍ଥଳରେ ପହଞ୍ଚି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri