ଓଲଟିଲା ଅଟୋ: ୧୦ରୁ ଊର୍ଦ୍ଧ୍ୱ ଆହତ

ନନ୍ଦପୁର,୧୦ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ହାଟପଦାରେ ରବିବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଓଡି ୧୦ ଡି ୨୮୦୮ ନମ୍ବର ବିଶିଷ୍ଟ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡ଼ିଛି। ଫଳରେ ଅଟୋରେ ଥିବା ୧୦ରୁ ଊର୍ଦ୍ଧ୍ୱ ମହିଳା ଆହତ ହୋଇଛନ୍ତି। ନନ୍ଦପୁର ପୋଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଆହତଙ୍କୁ ଉଦ୍ଧାର କରି ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେମାନଙ୍କ ମଧ୍ୟରୁ ୨ ଜଣ ଇଚ୍ଛାବତୀ ନାୟକ (୬୨) ଓ ଇଶା ଖିଲ (୧୪)ଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଅଧିକ ଚିକିତ୍ସା ଲାଗି କୋରାପୁଟ ଏସ୍‌ଏଲ୍‌ଏନ୍‌ଏମ୍‌ସି ସ୍ଥାନାନ୍ତର କରାଯାଇଛି। ପୋଲିସ ଅଟୋକୁ ଘଟଣାସ୍ଥଳରୁ ଉଦ୍ଧାର କରି ହେପାଜତକୁ ନେଇ ଘଟଣାର ତଦନ୍ତ କରୁଛି।

ସୂଚନା ମୁତାବକ ଲାମଡ଼ା ଗ୍ରାମରୁ ଉକ୍ତ ଯାତ୍ରୀବାହୀ ଅଟୋ ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ମହିଳାଙ୍କୁ ଧରି ନନ୍ଦପୁର ଭିତରଗଡ଼କୁ ଅଦା ରୋପଣ କାର୍ଯ୍ୟ କରାଇବା ପାଇଁ ଧରି ଆସୁଥିଲା। ହାଟପଦା ଗଡ଼ାଣି ଓ ମୋଡ଼ ନିକଟରେ ହଠାତ ସମ୍ମୁଖକୁ ଏକ ବାଇକ୍‌ ଆସିବାରେ ଅଟୋଟି ତୁରନ୍ତ ବ୍ରେକ୍‌ ମାରି ଓଲଟି ପଡ଼ିଥିଲା। ବାଇକରେ ଥିବା ଛାପରାମ ଗ୍ରାମର ଦାନ ସୀସା (୪୫)ଙ୍କ ସମେତ ଅଟୋରେ ଥିବା ଇଶା ଖିଲ (୧୪) ତୁଳାବତି ନାୟକ (୬୦), ଚାନ୍ଦକରଣ ନାୟକ (୫୦), ଦୀପାଳି ଖିଲ (୧୪) ଭଗବତୀ ହନ୍ତାଳ (୪୦), କମଳା ନାୟକ (୫୯), ଲକ୍ଷ୍ମୀ ଖିଲ (୨୦), ରାମ ମଣ୍ଡଳ ନାୟକ ପ୍ରମୁଖ ଆହତ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?