ଓଲଟିଲା ବସ୍‌, ୨୧ ନିର୍ମାଣ ଶ୍ରମିକ ଗୁରୁତର

ରାଜକନିକା,୧୯ା୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଗଞ୍ଜା ନିକଟରେ ଗୁରୁବାର ସକାଳେ ‘ଦୟାଲ’ ନାମକ ଏକ ବସ୍‌ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଥିଲେ। ଏମାନଙ୍କ ମଧ୍ୟରୁ ୨୧ ଜଣ ଗୁରୁତର ହୋଇଛନ୍ତି। ୧୮ ଜଣଙ୍କୁ ରାଜକନିକା ସିଏଚ୍‌ସିରେ ଚିକିତ୍ସା କରାଯାଉଥିବା ବେଳେ ୩ ଜଣଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ରାଜକନିକା ବ୍ଲକ ଭାରିଗଦାଠାରେ ଭଦ୍ରକ ଜିଲାର ଏକ ପାନୀୟ ଜଳ ପ୍ରକଳ୍ପ ପାଇଁ ଇନଟେକ୍‌ ଓ୍ବେଲ୍‌ ନିର୍ମାଣ ହେଉଛି। ଏଥିପାଇଁ ଠିକା ସଂସ୍ଥା ମେଘା ଇଞ୍ଜିନିୟରିଂ ପକ୍ଷରୁ ରାଜକନିକାରୁ ଭାରିଗଦା ପର୍ଯ୍ୟନ୍ତ ଏହି ବସରେ ନିର୍ମାଣ ଶ୍ରମିକଙ୍କୁ ନିଆଯାଉଥିଲା। ବସ୍‌ଟି କୌଣସି କାରଣରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri