ଓଲଟିଲା କାର୍‌, ଟ୍ରକ୍‌ ସହ ପିଟିହେଲା ବସ୍‌

କେନ୍ଦୁଝର,୩ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଦ୍ମପୁର ମୁଖ୍ୟ ବଜାର ନିକଟରେ ଭାରସାମ୍ୟ ହରାଇ (ଓଡି-୧୪-ଡବ୍ଲୁ-୪୪୪୫) ନମ୍ବର ବିଶିଷ୍ଟ ଏକ କାର୍‌ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ସୌଭାଗ୍ୟବଶତଃ ଚାଳକ ସମେତ ୪ଜଣ ବର୍ତ୍ତି ଯାଇଛନ୍ତି।

ସୂଚନାଯୋଗ୍ୟ, ବୁଧବାର ଭୁବନେଶ୍ବରରୁ ବଡ଼ବିଲ ଭଦ୍ରାସାହି ଟେନ୍‌ସାକୁ ଅଭେଦାନନ୍ଦ ଦାସ ପରିବାର ସହିତ ଯାଉଥିଲେ। ସାରେ ପଦ୍ମପୁର ବାମବାର୍ଶ୍ୱ ଏକ ଜଳଖିଆ ଦୋକାନ ନିକଟରେ ବସ୍‌ଟି ଯାତ୍ରୀଙ୍କୁ ଓହ୍ଲାଉଥିଲା। ସେତେବେଳେ ଦ୍ରୁତଗତିରେ କାର୍‌ଟି ଆସୁଥିବା ବେଳେ ହଠାତ୍‌ ଡାହାଣକୁ ଓଭର ଟେକ୍‌ କରି ଯାଉଥିବା ବେଳେ ସମାନ ଦିଗରେ ଯାଉଥିବା ଧକ୍କା ଦେବାରୁ ଗାଡ଼ି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ପରେ ଓଲଟି ପଡ଼ଥିଲା। ଫଳରେ ସ୍ଥାନୀୟ ଲୋକଙ୍କ ଭିଡ଼ ହେବା ସହ ଟ୍ରାଫିକ୍‌ ସମସ୍ୟା ଦେଖାଦେଇଥିଲା। ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରି ଥାନାକୁ ଆଣି ତଦନ୍ତ ଚଳାଇଛି।

ସେହିପରି ପଳାଶପଙ୍ଗା ଓଭରବ୍ରିଜ୍‌ ଉପରେ ଆଜି ବ୍ରେକ୍‌ ଡାଉନ୍‌ ହୋଇ ଛିଡ଼ା ହୋଇଥିବା ହାଇଓ୍ବା ପଛରେ ମା’ ନାମକ ବସ୍‌ ଧକ୍କା ହୋଇଛି। ଫଳରେ ଗାଡ଼ିର ସାମ୍ନା ଭାଗ ଭାଙ୍ଗିରୁଜି ଯାଇଥିବା ବେଳେ ଗାଡ଼ି ଭିତରେ ଥିବା ୩୦ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଭୁବନେଶ୍ବରରୁ ବଲାଣୀ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ପଳାଶପଙ୍ଗା ବିଟ୍‌ ଅଧିକାରୀ ମାନସ ରଞ୍ଜନ ପଣ୍ତା ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି। ସଡ଼କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ଶୂନ ମୃତହନ୍ତା ସଡ଼କ ସୁରକ୍ଷା ସପ୍ତାହ ପାଳନ କରୁଥିଲେ ହେଁ ଦୁର୍ଘଟଣା କମିବାର ନାଁ ଧରୁନାହିଁ। ଏନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଜିଲା ପୋଲିସ ପ୍ରଶାସନ ଗାଡ଼ି ଚାଳନା ଉପରେ କଡ଼ାକଡ଼ି ଯାଞ୍ଚ କରିବାକୁ ଦାବି ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri