ଓଲଟିଲା ଗୋରୁ ବୋଝେଇ ଟ୍ରକ୍‌: ୧୪ ମୃତ, ୧୦ ଗୁରୁତର

ଭୋଗରାଇ, ୧୬।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ବର୍ଡର ରାସ୍ତାର ମହାନ୍ତି ଛକଠାରେ ସୋମବାର ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ ଗୋରୁ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୪ଟି ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ୧୦ ଗୋରୁ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳକୁ ଚନ୍ଦନେଶ୍ୱର ଫାଣ୍ଡି ଜମାଦାର ବିଶ୍ୱନାଥ କରଙ୍କ ସମେତ ତାଳସାରୀ ମେରାଇନ ଥାନା ଓ ଭୋଗରାଇ ଥାନା ପୋଲିସ କର୍ମଚାରୀମାନେ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ମୃତ ଓ ଜୀବିତ ଗୋରୁଗୁଡ଼ିକୁ ଉଦ୍ଧାର କରିଛନ୍ତି। ପ୍ରାଣୀଧନ ଚିକିତ୍ସା ଅଧିକାରୀଙ୍କ ସହ ଏକ ଡାକ୍ତରୀ ଟିମ୍‌ ସେଠାକୁ ଯାଇ ଗୁରୁତର ହୋଇଥିବା ଗୋରୁଗୁଡ଼ିକୁ ଚିକିତ୍ସା କରୁଥିବା ବେଳେ ସାମାଜିକ କର୍ମୀ ଦିଲୀପ କାମିଳାଙ୍କ ସହ ବହୁ ସ୍ବେଚ୍ଛାସେବୀ ଗୋରୁଗୁଡ଼ିକର ସେବା କରୁଛନ୍ତି। ଗାଡ଼ିରେ ଥିବା ପଶ୍ଚିମବଙ୍ଗର ଗୋରୁ ମାଲିକ ଓ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି। ଅନ୍ୟ ଜଣେ ବଙ୍ଗୀୟ ହେଲପରଙ୍କୁ ଲୋକଙ୍କ କବଳରୁ ପୋଲିସ ଉଦ୍ଧାର କରି ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ଏହି ଟ୍ରକ୍‌ରେ ୭୦ରୁ ଊର୍ଦ୍ଧ୍ୱ ଗୋରୁ ଥିବା ବେଳେ ଭଦ୍ରକରୁ ପଶ୍ଚିମବଙ୍ଗକୁ ଗୋରୁ ଚାଲାଣ ହେଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri