ଓଲଟିଲା ଗୋରୁ ବୋଝେଇ ଟ୍ରକ୍‌: ୧୪ ମୃତ, ୧୦ ଗୁରୁତର

ଭୋଗରାଇ, ୧୬।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ବର୍ଡର ରାସ୍ତାର ମହାନ୍ତି ଛକଠାରେ ସୋମବାର ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ ଗୋରୁ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୪ଟି ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ୧୦ ଗୋରୁ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳକୁ ଚନ୍ଦନେଶ୍ୱର ଫାଣ୍ଡି ଜମାଦାର ବିଶ୍ୱନାଥ କରଙ୍କ ସମେତ ତାଳସାରୀ ମେରାଇନ ଥାନା ଓ ଭୋଗରାଇ ଥାନା ପୋଲିସ କର୍ମଚାରୀମାନେ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ମୃତ ଓ ଜୀବିତ ଗୋରୁଗୁଡ଼ିକୁ ଉଦ୍ଧାର କରିଛନ୍ତି। ପ୍ରାଣୀଧନ ଚିକିତ୍ସା ଅଧିକାରୀଙ୍କ ସହ ଏକ ଡାକ୍ତରୀ ଟିମ୍‌ ସେଠାକୁ ଯାଇ ଗୁରୁତର ହୋଇଥିବା ଗୋରୁଗୁଡ଼ିକୁ ଚିକିତ୍ସା କରୁଥିବା ବେଳେ ସାମାଜିକ କର୍ମୀ ଦିଲୀପ କାମିଳାଙ୍କ ସହ ବହୁ ସ୍ବେଚ୍ଛାସେବୀ ଗୋରୁଗୁଡ଼ିକର ସେବା କରୁଛନ୍ତି। ଗାଡ଼ିରେ ଥିବା ପଶ୍ଚିମବଙ୍ଗର ଗୋରୁ ମାଲିକ ଓ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି। ଅନ୍ୟ ଜଣେ ବଙ୍ଗୀୟ ହେଲପରଙ୍କୁ ଲୋକଙ୍କ କବଳରୁ ପୋଲିସ ଉଦ୍ଧାର କରି ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ଏହି ଟ୍ରକ୍‌ରେ ୭୦ରୁ ଊର୍ଦ୍ଧ୍ୱ ଗୋରୁ ଥିବା ବେଳେ ଭଦ୍ରକରୁ ପଶ୍ଚିମବଙ୍ଗକୁ ଗୋରୁ ଚାଲାଣ ହେଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜାଗା ପ୍ରଦାନ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସ୍ମାରକପତ୍ର

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଓଡ଼ିଶା ଡ୍ରାଇଭର ମହାସଂଘ କବିସୂର୍ଯ୍ୟନଗର ଶାଖାର ନିଜସ୍ବ କାର୍ଯ୍ୟାଳୟ ପାଇଁ ସରକାରୀ ଜାଗା ପ୍ରଦାନ ନିମନ୍ତେ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ଫସଲ ଉଜାଡ଼ିଦେଲା ଅଦିନିଆ ବର୍ଷା: ବ୍ୟାପକ ଧାନ, କପା ଫସଲ ନଷ୍ଟ

ରାୟଗଡ଼ା,୭।୧୨(ଆଶିଷ ରଞ୍ଜନ ପଣ୍ଡା): ମିଗ୍‌ଜୋମ୍‌ ପ୍ରଭାବରେ ରାୟଗଡ଼ା ଜିଲାର ପ୍ରତ୍ୟେକ ଅଞ୍ଚଳରେ ବୁଧବାର ଦିନସାରା ବର୍ଷା ଲାଗି ରହିଛି । ମଙ୍ଗଳବାର ସକାଳୁ ପାଗ କୋହଲା...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଲା ବର୍ଷା

ବ୍ରହ୍ମପୁର,୭ା୧୨ (ସ୍ମୃତି ରଞ୍ଜନ ମହାଲିକ)ବାତ୍ୟା ମିଗଜୋମ ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହୋଇଛି। ଧାନ କଟା ହୋଇ ବିଲରେ ପଡିଥିବାରୁ ବର୍ଷା ଯୋଗୁ ଶତାଧିକ...

ମତ୍ସ୍ୟଜୀବୀଙ୍କ ସଂଖ୍ୟା ରିପୋର୍ଟ ବିଭାଗ ପାଖରେ ନାହିଁ

ପାରାଦୀପ,୭ା୧୨(ଶରତ ରାଉତ)ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri