ଓଲଟିଲା ଗୋରୁ ବୋଝେଇ ଭ୍ୟାନ୍‌

ଠାକୁରମୁଣ୍ଡା, ୧୯।୧୧ (ତାରାକାନ୍ତ ପଟ୍ଟନାୟକ ): ଠାକୁରମୁଣ୍ଡା ଠାରୁ ୩ କିମି ଦୂର ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତା ର ଜୁଆଳିକଟା ଛକ ନିକଟରେ ରବିବାର ସକାଳେ ବେଆଇନ ଭାବରେ ଗୋରୁ ବୋଝେଇ କରି ନେଉଥିବା ଏକ ପିକଅଫ ଭ୍ୟାନ ଓଲଟି ଭ୍ୟାନ ର ହେଲପର ଙ୍କ ଘଟଣା ସ୍ଥଳ ରେ ମୃତ୍ୟୁ ଘଟିଛି। ବୋଝେଇ ହୋଇଥିବା ଯାଉଥିବା ଗୋରୁ ଙ୍କ ମଧ୍ୟରୁ ଗୋଟିର ଗୋରୁ ର ମଧ୍ୟ ମୃତ୍ୟୁ ଘଟିଛି।ଦୁର୍ଘଟଣା ପରେ ଘଟଣାସ୍ଥଳ ରୁ ଭ୍ୟାନ ର ଡ୍ରାଇଭର ଫେରାର ହୋଈ ଯାଇଥିବା ବେଳେ କେତେକ ଗୋରୁ ଆହତ ହୋଉଥିବାର ଜଣା ଯାଇଛି।ସୂଚନା ଅନୁଯାୟୀ ଠାକୁରମୁଣ୍ଡା ପଟୁ ଏକ ପିକଅଫ ଭ୍ୟାନ ନମ୍ବର ଓ ୧୧ ଏଏ ୩୯୮୮ ଯୋଗେ ପ୍ରାୟ ୧୦/୧୨ ଟି ଗୋରୁ ବୋଝେଇ ହୋଈ କରଞ୍ଜିଆ ଆଡକୁ ଯାଉଥିବା ସମୟରେ ସକାଳ ପ୍ରାୟ ୭.୩୦ ମିନିଟ ସମୟରେ ଜୁଆଳିକଟା ଛକ ନିକଟରେ ଭ୍ୟାନ ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।ଖବର ପାଇ ଘଟଣାସ୍ଥଳ ରେ ଠାକୁରମୁଣ୍ଡା ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ପହଞ୍ଚି ହେଲପର ଙ୍କୁ ଉଦ୍ଧାର କରି ଠାକୁରମୁଣ୍ଡା ଗୋଷ୍ଠୀ ସୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।ମୃତ ହେଲପର ଜଣକ ଙ୍କ ପରିଚୟ ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ମିଳିପାରି ନାହିଁ।ଦୁର୍ଘଟଣା ରେ ଆହତ ଗୋରୁ ଙ୍କ ଚିକିତ୍ସା ପାଇଁ ଘଟଣାସ୍ଥଳ କୁ ପ୍ରାଣୀ ଚିକିତ୍ସାଳୟ ର ଆମ୍ବୁଲାନ୍ସ ଯାଇ ଚିକିତ୍ସା କରିଛି। ଠାକୁରମୁଣ୍ଡା ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri