ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର: ଆନ୍ଧ୍ର-କୋରାପୁଟକୁ ଗାଡ଼ି ଚଳାଚଳ ଠପ୍‌

ପଟ୍ଟାଙ୍ଗି,୨୯।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ରାଲେଗଡ଼ା ପଞ୍ଚାୟତର ରାଜୁଗୁଡା ଓ ତେଲରାଇ ଦୁଇ ଗ୍ରାମ ମଝିରେ ମଙ୍ଗବାର ଏକ ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିଛି। ଭାରସାମ୍ୟ ହରାଇ ଟ୍ୟାଙ୍କରଟି ଓଲଟିଥିବା ଜଣାପଡ଼ିଛି। ଏ ନେଇ ଆନ୍ଧ୍ର-କୋରାପୁଟ ରାସ୍ତାରେ ଯାନବାହନ ଚଳାଚଳ ଠପ୍‌ ହୋଇଛି।
ସୂଚନାଯୋଗ୍ୟ, ବିଶାଖାପାଟଣାରୁ ରାଇପୁରକୁ ଯାଉଥିବା ଏକ ଏଚ୍‌ପି ଗ୍ୟାସ ଟ୍ୟାଙ୍କର ନଂ(ସିଜି୦୭ବିଏଲ୍‌୧୬୮୪) ଉପରୋକ୍ତ ଏକ ବୁଲାଣିଆ ରାସ୍ତାରେ ଦୁର୍ଘଟଣା ହୋଇଥିଲା। ତେବେ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅନ୍ୟପକ୍ଷରେ ଟ୍ୟାଙ୍କରଟି ଦୁର୍ଘଟଣା ପରେ ଗ୍ୟାସ୍‌ ଲିକ ହେଉଥିବାରୁ ଘଟଣାସ୍ଥଳରେ ସ୍ଥାନୀୟ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆଙ୍କ ସମେତ ପୋଲିସ ପହଞ୍ଚି ଦୁର୍ଘଟଣା ସମ୍ପର୍କରେ ତଦନ୍ତ କରୁଥିବା ସହ ଦୁର୍ଘଟଣାସ୍ଥଳ ଯାତାୟାତ କରୁଥିବା ସମସ୍ତ ଗାଡ଼ିକୁ ଅଟକାଇଛନ୍ତି। ଏହିପରିକି କୈଣସି ଅଘଟଣ ଯେପରି ନ ଘଟୁ ଏହାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ସ୍ଥାନୀୟ ଅଗ୍ନିଶମ ବିଭାଗ ଅଧିକାରୀ ଏସଆଇ ଚିତ ରଞ୍ଜନ ସେଠି ଦମକଳ ବାହିନୀଙ୍କୁ ନେଇ ସଜାଗ ଅଛନ୍ତି। ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କର ଉପରେ ପାଣି ପକାଇ ଲିକ୍‌ ହେଉଥିବା ଗ୍ୟାସକୁ ନିୟନ୍ତ୍ରଣରେ ରଖିବାକୁ ଉଦ୍ୟମ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri