ଓଲଟିଲା ଛେଳି ବୋଝେଇ ଟ୍ରକ୍‌, ନେଇଗଲେ ଲୋକେ…

ଭଣ୍ଡାରିପୋଖରୀ,୨୨।୯ (ଡି.ଏନ.ଏ.): ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥର ଯାମିନିବିନ୍ଧା ନିକଟ ଆସାମ ଅଏଲ ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଏକ ଛେଳି ବୋଝେଇ ଟ୍ରକ୍‌ ଓଲଟି ପଡିଛି। ଏଥିରେ ୪ ଜଣ ଆହତ ହେବା ସହ ୫ ଛେଳିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।

ସୂଚନାଯୋଗ୍ୟ, କଟକ ଅଭିମୁଖେ ଯାଉଥିବା ଟ୍ରକ୍‌ଟିର ଚକ ଲିକ୍‌ ହେବାରୁ ଟ୍ରକ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଚାଳକଙ୍କ ସମେତ ୩ଜଣ ଆହତ ହୋଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରି ଭଣ୍ଡାରିପୋଖରୀ ମେଡିକାଲକୁ ଚିକିତ୍ସା ପାଇଁ ପଠାଇଥିଲେ। ତେବେ ଟ୍ରକ୍‌ରେ ଥିବା ୨୩୦ ଗୋଟି ଛେଳି ମଧ୍ୟରୁ ୨୦୫ ଛେଳି ଉଦ୍ଧାର କରାଯାଇ ଅନ୍ୟ ଏକ ଗାଡ଼ି ସାହାଯ୍ୟରେ ଗନ୍ତବ୍ୟସ୍ଥଳକୁ ପଠାଇ ଦିଆଯାଇଛି। ଅନ୍ୟ କେତେକ ଛେଳିଙ୍କୁ ଲୋକେ ବୋହି ନେଇଥିବା ଜଣାପଡିଛି। ପୋଲିସ ପକ୍ଷରୁ ଚୋରି ଛେଳିଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri