ଗଜରାଜ ଅପରେଶନ: ଓଲଟିଲା ଓଡ୍ରାଫ୍‌ ବୋଟ୍‌, ଗଣମାଧ୍ୟମର ଦୁଇ ପ୍ରତିନିଧି ଗୁରୁତର

କଟକ ଅଫିସ,୨୪ା୯: ଦୀର୍ଘ ସମୟ ଧରି ଫସିଯାଇଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ବିପଦରେ ଓଡ୍ରାଫ୍‌ ଟିମ୍‌ ବିପଦରେ ପଡ଼ିଥିଲା। ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ମହାନଦୀ ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ବୋଟ୍‌ଟି ଓଲଟି ପଡ଼ିଥିଲା ।

ଏକ ରବର ବୋଟ୍‌ରେ ଅପରେଶନରେ ଓଡ୍ରାଫ ଟିମ ସାମିଲ ଥିଲେ। ଏହି ଦୁର୍ଘଟଣାଗ୍ରସ୍ତ ବୋଟରେ ଏକ ବୈଦ୍ୟୁତିକ ଗଣମାଧ୍ୟମର ୨ ଜଣ ପ୍ରତିନିଧି ଥିଲାବେଳେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରେ ଜଣେ କ୍ୟାମେରାମ୍ୟାନ୍‌ ଓ ଜଣେ ଖବରଦାତା ଥିଲେ।

ସୂଚନାଯୋଗ୍ୟ, ଶୁକ୍ରବାର ଭୋରରୁ ମୁଣ୍ଡୁଳିଠାରେ ମହାନଦୀରେ ଫସି ରହିଥିଲା ଏକ ହାତୀ। ଏହି ହାତୀକୁ କୂଳକୁ ଆଣିବାକୁ ବନ ବିଭାଗ ଅଧିକାରୀ, କର୍ମଚାରୀ ଓ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri