ଓଲଟିଲା ଯାତ୍ରୀବାହୀ ବସ୍‌: ୨ଗୁରୁତର, ୧୫ଆହତ

କେନ୍ଦୁଝର,୨୭।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ତରମାକାନ୍ତ-ତେନ୍ତୁଳୀଖୁଣ୍ଟି ରାସ୍ତାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡିଛି। ଫଳରେ ୧୫ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି। ଆହତଙ୍କୁ ବାଂଶପାଳ ଗୋଷ୍ଠୀ ସୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଛି। ପ୍ରାଥମିକ ଚିକିତ୍ସା ପରେ ସମସ୍ତ ଆହତଙ୍କୁ ଘରକୁ ପଠାଇ ଦିଆଯାଇଛି।

ବାଂଶପାଳ ବ୍ଲକ ଫୁଲଝରଠାରୁ ଅନୁଗୋଳ ଜିଲା ପାଲଲହଡା ଯାଉଥିବା ରାଧାମାଧବ ବସ୍‌ ତରମାକାନ୍ତ ପାଖରେ ଭାରସାମ୍ୟ ହରାଇ ରାସ୍ତା କଡରେ ଓଲଟି ପଡ଼ିଥିଲା। ଖବର ପାଇ ବାଂଶପାଳ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବାଂଶପାଳ ମେଡିକାରେ ଭର୍ତ୍ତି କରିଥିଲେ। ବସ୍‌ କଣ୍ଡକ୍ଟର ଗିରିଧାରୀ ବେହେରା ଓ ବଣେଇ ଅଞ୍ଚଳର ଶାଳକା ମୁଣ୍ଡା ଗୁରୁତର ଥିବାରୁ ସେମାନଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି।

ଖବର ପାଇ ବ୍ଲକ ଅଧ୍ୟକ୍ଷ ମାନସ କୁମାର ଦେହୁରୀ ମେଡିକାଲରେ ପହଞ୍ଚି ଆହତଙ୍କୁ ଭେଟିବା ସହ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ। ଉତ୍ତମ ଚିକିତ୍ସା ପାଇଁ ଡାକ୍ତରଙ୍କ ସହିତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri