ଓଲଟିଲା ଯାତ୍ରୀବାହୀ ବସ୍‌

ରୂପ୍‌ସା,୧୩ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି l କୋଲକାତାରୁ ଚାନ୍ଦବାଲି ରାଜକନିକା ଅଭିମୁଖେ ଯାଉଥିବା ଓଡି ୨୨ ଇ ୭୩୮୩ ଜଗାକାଳିଆ ନାମକ ଯାତ୍ରୀବାହୀ ବସ୍‌ ହଳଦୀପଦା ବାଇପାସ ନିକଟରେ ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡ୍ରେନ୍‌ରେ ଓଲଟି ପଡ଼ିଥିଲା। ଗୁରୁବାର ଭୋର୍‌ ସମୟରେ ଡ୍ରାଇଭରଙ୍କ ଆଖି ଲାଗି ଯାଇଥିବାରୁ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି। ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିବା ବେଳେ ୧୦ରୁ ଅଧିକ ମହିଳା ଓ ପୁରୁଷ ଯାତ୍ରୀ ଆହତ ହେlଇଛନ୍ତି। ଜଣେ ନାବାଳକଙ୍କ ଗୋଡ଼ ଭାଙ୍ଗିଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲ୍‌ପର ଫେରାର ଅଛନ୍ତି। କିଛି ଯାତ୍ରୀ ଅନ୍ୟ ବସ୍‌ରେ ଘରକୁ ଯାଇଥିବା ବେଳେ ଆଉ କିଛି ଯାତ୍ରୀ ବସ୍‌ ପାଖରେ ବସିଥିବାର ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବସ୍ତା ପୋଲିସ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri